ଦୁର୍ନୀତିଗ୍ରସ୍ତଙ୍କ ଉପରେ ପୁଣି କାର୍ଯ୍ୟାନୁଷ୍ଠାନ: ୬ ଅଫିସର ବିଦା; ୪ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ ବନ୍ଦ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା କାର୍ଯ୍ୟାନୁଷ୍ଠାନ ଜାରି ରଖିଛନ୍ତି। ଏହିକ୍ରମରେ ଶନିବାର ମୁଖ୍ୟମନ୍ତ୍ରୀ ୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିବା ସହ ୪ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ୍‌ ସୁବିଧା ସମ୍ପୂର୍ଣ୍ଣ ବନ୍ଦ କରିଛନ୍ତି। ଉପରୋକ୍ତ ସମସ୍ତ ଅଧିକାରୀ ଭିନ୍ନ ଭିନ୍ନ ମାମଲାରେ ରାଜ୍ୟ ଭିଜିଲାନ୍ସ କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁଇ ସପ୍ତାହ ପୂର୍ବେ ମୁଖ୍ୟମନ୍ତ୍ରୀ ଅନୁରୂପ ଭାବେ ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଏଥିସହିତ ୨ ପୂର୍ବତନ ଅଧିକାରୀଙ୍କ ପେନ୍‌ସନ୍‌ ବନ୍ଦ କରିଥିଲେ। ବର୍ତ୍ତମାନ ସୁଦ୍ଧା ମୋଟ ୨୧ ଅଧିକାରୀଙ୍କୁ ବରଖାସ୍ତ କରାଯାଇଥିବାବେଳେ ୬ ଜଣଙ୍କ ପେନ୍‌ସନ୍‌ ବନ୍ଦ ରଖାଯାଇଛି।

ସଦ୍ୟ ବରଖାସ୍ତ ହୋଇଥିବା ଅଧିକାରୀମାନେ ହେଉଛନ୍ତି ସୁନ୍ଦରଗଡ ଜିଲା କୁଅଁାରମୁଣ୍ଡା ତହସିଲର କନିଷ୍ଠ କିରାଣି ସଞ୍ଜିତ କୁମାର ରାୟ। ସେ ପୂର୍ବରୁ ରାଉରକେଲା ଆରଟିଓ ଅଫିସରେ ମଧ୍ୟ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରିଛନ୍ତି। ମୟୂରଭଞ୍ଜ ଜିଲା ବାରିପଦା ଆଇଟିଡିଏର ପୂର୍ବତନ ସହକାରୀ ଯନ୍ତ୍ରୀ ବୈକୁଣ୍ଠ ବିହାରୀ ପ୍ରଧାନ। ସେ ବର୍ତ୍ତମାନ କୋରାପୁଟ ଜିଲା ଜୟପୁର ଆଇଟିଡିଏରେ କାର୍ଯ୍ୟରତ । ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ଭେଟେନାରୀ ଡାକ୍ତର ଭାଗୀରଥି ବିଶ୍ୱାଳ। ସେ ସମ୍ବଲପୁର ନାକଟିଦେଉଳରେ କାର୍ଯ୍ୟରତ ଥିଲେ। ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଢେଙ୍କାନାଳ ଜିଲା କାମାକ୍ଷାନଗରରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ପାତ୍ର, ସୁନ୍ଦରଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ଅଧୀନ କୁତ୍ରା ବ୍ଲକର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ତ୍ରିଲୋଚନ ସେଠ୍‌ ଏବଂ ବଣାଇଗଡ ବ୍ଲକର ପଞ୍ଚାୟତ କାର୍ଯ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଷ୍ଟମ ଚନ୍ଦ୍ର ପଟେଲଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ପେନ୍‌ସନ୍‌ ବନ୍ଦ କରାଯାଇଥିବା ୪ ଅଫିସର ହେଲେ ଜଳସମ୍ପଦ ବିଭାଗର ଅବସରପ୍ରାପ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଗୌତମ ଚନ୍ଦ୍ର ପୃଷ୍ଟି, ଓସିସିର ପୂର୍ବତନ ଜେନେରାଲ ମ୍ୟାନେଜର ବିକ୍ରମ କେଶରୀ ପଟ୍ଟନାୟକ, କଟକ ଡ୍ରେନେଜ ମୁଖ୍ୟ ଯନ୍ତ୍ରୀ ତଥା କାର୍ଯ୍ୟାଳୟର ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ରବୀନ୍ଦ୍ର କୁମାର ଜେନା ଓ ବାରିପଦା ଆଇଟିଡିଏର ପୂର୍ବତନ କନିଷ୍ଠ ଯନ୍ତ୍ରୀ ରବି ନାରାୟଣ ମହାନ୍ତି। ସେହିପରି ବିଭିନ୍ନ ଅଧିକାରୀଙ୍କ ବିରୋଧରେ ଥିବା ମାମଲାଗୁଡିକର ତଦନ୍ତ ସହ ତର୍ଜମା ଜାରି ରହିଛି। ତେଣୁ ଆଗକୁ ମଧ୍ୟ ବରଖାସ୍ତ ଅଧିକାରୀଙ୍କ ତାଲିକା ବୃଦ୍ଧି ପାଇବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri