ପରଜଙ୍ଗ, ୭।୨(ଡି.ଏନ.ଏ.) – ଏମ୍ଜିଏନ୍ଆର୍ଇଜିଏସ୍ଠାରୁ ଆରମ୍ଭ କରି ଗ୍ରାମୀଣ ଆବାସ ଯୋଜନା। ଭତ୍ତାଠୁ ଆରମ୍ଭ କରି ରାଶନକାର୍ଡ। ଯେଉଁ ଆଡ଼େ ଚାହିଁଲେ ପୁଳାପୁଳା ଦୁର୍ନୀତି। ବିଭିନ୍ନ ଉପାୟରେ ସରକାରୀ ତହବିଲରୁ ଲୁଟ୍ ହୋଇଛି କୋଟି କୋଟି ଟଙ୍କା। ଯେତେ ଉଦ୍ୟମ କଲେ ବି ଅନିୟମିତତାର ଦାଗ ଲିଭୁନି। ପାଟରପଦା, ବସୁଲେଇ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପଥରଖମ୍ବ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବ୍ୟାପକ ଅର୍ଥ ହେର୍ଫେର ପରେ ଏବେ ଚର୍ଚ୍ଚାର ପରିଧିକୁ ଆସିଛି ପରଜଙ୍ଗ ବ୍ଲକର କନ୍ତୁର। ଏ ନେଇ ପଞ୍ଚାୟତର ୮ ଜଣ ୱାର୍ଡସଭ୍ୟ ଏବଂ ସମିତିସଭ୍ୟ ଜିଲାପାଳ, ଭିଜିଲାନ୍ସ ବିଭାଗ, ପିଆର୍ ଡିପାର୍ଟମେଣ୍ଟରେ ଲିଖିତ ଅଭିଯୋଗ କରିଛନ୍ତି।
କେତେଜଣ ହିତାଧିକାରୀ ଘର ସମ୍ପୂର୍ଣ୍ଣ ନ କରି ଟଙ୍କା ଉଠାଇ ନେଇଛନ୍ତି। ପ୍ରକୃତ ଘର ପରିବର୍ତ୍ତେ ଅନ୍ୟ ଘରକୁ ଦର୍ଶାଇ ଫାଇନାଲ ବିଲ୍ କରାଯାଇଛି। ଗୋଟିଏ ଘର ପାଇଁ ଦୁଇଥର ବିଲ୍ ହୋଇଛି। ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଅଟ୍ଟାଳିକା ବି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହୋଇଛି। ଅନ୍ୟ ବ୍ଲକରୁ ଆସି ରେକର୍ଡ ନ ଥିବା ହିତାଧିକାରୀଙ୍କୁ ଘର ନିର୍ମାଣ କାର୍ଯ୍ୟାଦେଶ ଦିଆଯାଇଛି। ଗୋଚର ଜମିରେ ନିୟମ ଉଲ୍ଲଂଘନ କରି ଘର ତିଆରି କରାଯାଉଛି। ୧୪ରୁ ଊର୍ଦ୍ଧ୍ୱ ହିତାଧିକାରୀ ଏପରି ବେଆଇନ କାର୍ଯ୍ୟ କରିଥିବା ସେମାନେ ଅଭିଯୋଗରେ ଦର୍ଶାଇଛନ୍ତି। ସେହିପରି ୧୧ଜଣ ଆର୍ଥିକ ସ୍ବଚ୍ଛଳ ବର୍ଗର ପରିବାର ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇଛନ୍ତି। ଗାଡ଼ି, କୋଠାଘର, ଥ୍ରୀ ଫେଜ୍ ବିଦ୍ୟୁତ୍ ସଂଯୋଗ, ଉଦ୍ୟୋଗୀ ଏବଂ ଚାକିରି କରିଥିବା ବ୍ୟକ୍ତି ଅସାଧୁ ଉପାୟରେ ରାଶନ କାର୍ଡ ହାତେଇଛନ୍ତି। ବାଇକ୍ ଧରି ବୁଲୁଥିବା ଯୁବକଙ୍କୁ ଦିବ୍ୟାଙ୍ଗ ଭତ୍ତା ମିଳୁଛି। ଏହାର ଭିଜିଲାନ୍ସ ତଦନ୍ତ କରିବାକୁ ପଞ୍ଚାୟତ ପ୍ରତିନିଧିମାନେ ଦାବି କରିଛନ୍ତି।
ଏ ନେଇ ଉପଖଣ୍ଡ ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁ କୁହନ୍ତି, ଅଭିଯୋଗର ତଦନ୍ତ କରାଯିବ। ଦୋଷ ପ୍ରମାଣିତ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଡିଓ ବସନ୍ତ କୁମାର ମଲ୍ଲିକ କୁହନ୍ତି, ତାଙ୍କ ନିକଟରେ ସେମିତି କିଛି ଅଭିଯୋଗ ହୋଇନାହିଁ। ଅଭିଯୋଗ ଆସିଲେ ତଦନ୍ତ କରାଯିବ। ଏ ନେଇ ସମିତିସଭ୍ୟ ଅବିନାଶ ବେହେରା କୁହନ୍ତି, କନ୍ତୁର ପଞ୍ଚାୟତରେ ସବୁଠାରୁ ଅଧିକ ଦୁର୍ନୀତି ହୋଇଛି। ଏହାର ତଥ୍ୟ ପ୍ରମାଣ ସହ ଭିଜିଲାନ୍ସ ଏବଂ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରାଯିବ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…
ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…
ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO
ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…
ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…
ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ
ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…
ଏନ୍ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…
ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…
ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…
ଭାଜପା ମୁହାଁ ନେତା କର୍ମୀ
ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

