ଦୁର୍ନୀତିର ତଦନ୍ତ ନ ହେଲେ ଆନ୍ଦୋଳନ

ଜଳେଶ୍ୱର,୧୮।୩(ସ୍ବ.ପ୍ର.):  ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ଦାସଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ବିଡ଼ିଓ ଦୀପ୍ତିରଞ୍ଜନ ସେଠୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କାଘର ଯୋଜନାରେ ବହୁ ଅଯୋଗ୍ୟ ବ୍ୟକ୍ତି ଘର ହାତେଇବା, ଏସ୍‌ସିସି ତାଲିକାର ବ୍ୟତିକ୍ରମ ହେବା, ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ହଇରାଣ କରାଯିବା ସହ ଭୂମିହୀନ ଲୋକଙ୍କୁ ଜମିପଟ୍ଟା ପ୍ରଦାନରେ ପାତରଅନ୍ତର କରାଯାଉଥିବା ଏଥିରେ ଦର୍ଶାଯାଇଛି। ସେହିପରି ଯୋଗ୍ୟ ବ୍ୟକ୍ତିଙ୍କୁ ଉପେକ୍ଷା କରାଯାଇ ଭତ୍ତା, ରାଶନ କାର୍ଡ ଦିଆଯିବା, ଜଳେଶ୍ୱରକୁ ବାହ୍ୟ ମଳମୁକ୍ତ ଘୋଷଣା ପ୍ରହସନରେ ପରିଣତ ହେବା ଅଭିଯୋଗ କରାଯାଇ ଏହାର ତଦନ୍ତ ଦାବି କରାଯାଇଛି। ଆସନ୍ତା ୩୧ ତାରିଖ ସୁଦ୍ଧା ଏ ଦିଗରେ ପଦକ୍ଷେପ ନିଆ ନ ଗଲେ ଏପ୍ରିଲରେ ଆନ୍ଦୋଳନାମତ୍କ ପନ୍ଥା ଅବଲମ୍ବନ କରାଯିବ ବୋଲି କଂଗ୍ରେସ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri