ଦୁର୍ନୀତିରେ ପରଜଙ୍ଗ ବ୍ଲକ ଜିଲାରେ ପ୍ରଥମ

ପରଜଙ୍ଗ,୨।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲାର ପରଜଙ୍ଗ ବ୍ଲକ ଦୁର୍ନୀତିର ଗନ୍ତାଘର ପାଲଟିଥିବା ଅଭିଯୋଗ ଆଣିଛି ଭାଜପା। ଏହାର ପ୍ରତିବାଦରେ ଆଗାମୀ ଦିନରେ ବ୍ଲକ ଘେରାଉ କରାଯିବ ବୋଲି ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶନିବାର ସ୍ଥାନୀୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ମଣ୍ଡଳସ୍ତରୀୟ ଖବରଦାତା ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି ଦଳୀୟ ନେତୃବୃନ୍ଦ।
ଦୁର୍ନୀତିମୂଳକ କାର୍ଯ୍ୟକଳାପକୁ ସମୀକ୍ଷା କଲେ ପରଜଙ୍ଗ ଜିଲାରେ ପ୍ରଥମ ହେବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହୋଇଛି। ଯୋଗ୍ୟ ହିତାଧିକାରୀଙ୍କ ପରିବର୍ତ୍ତେ ଆର୍ଥିକ ସ୍ବଚ୍ଛଳ ପରିବାରକୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଜିଆରଏସ୍‌ମାନେ ଅଣଶ୍ରମିକଙ୍କୁ ଶ୍ରମଜୀବୀ ଦର୍ଶାଇ ବ୍ୟାପକ ଅର୍ଥ ହେର୍‌ଫେର କରୁଛନ୍ତି। ଗାଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ବିଦ୍ୟୁତ୍‌ ସେବା ପ୍ରଦାନରେ ପ୍ରଶାସନ ବିଫଳ ହୋଇଛି। କନ୍ତରୁ ପଞ୍ଚାୟତରେ ଅବିବାହିତଙ୍କୁ ବିବାହିତା ଦର୍ଶାଇ ରାସନ କାର୍ଡ ଦିଆଯାଇଛି। ଧାନକିଣା, ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ବ୍ୟାପକ ଅନିୟମିତତା ହେଉଛି। କୁଆଳୋ, କଲଦା, ପିତିରି, କଙ୍କଡାସୋଡ଼ା, ଆମ୍ବପଳାସ ଗ୍ରାମରେ ଉଠାଜଳସେଚନ ପ୍ରକଳ୍ପ ପାଣିର ଗାର ପାଲଟିଛି। ରେଙ୍ଗାଳି ବାମ କେନାଲରେ ନିର୍ମିତ ବୃହତ ଉଠା ଜଳସେଚନ ପଏଣ୍ଟ ଅଚଳ ହୋଇପଡ଼ିଛି। ହାତୀ ଉପଦ୍ରବ ଚରମ ସୀମାରେ ପହଞ୍ଚତ୍ଛି। ଏ ନେଇ ଅଭିଯୋଗ କରିବା ସତ୍ତ୍ୱେ ବ୍ଲକ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ ଥିବା ଭାଜପା ନେତାମାନେ କହିଛନ୍ତି। ଏହାର ପ୍ରତିବାଦରେ ଆଗାମୀ ଦିନରେ ବ୍ୟାପକ ଜନଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ସେହିପରି କୁଆଲୋ-ବଡ଼ଝରା କେନାଲ ରାସ୍ତାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର, ପ୍ରସ୍ତାବିତ ପରଜଙ୍ଗ ଏନ୍‌ଏସିରେ ମୁଣ୍ଡେଇଲା ପଞ୍ଚୟତକୁ ସାମିଲ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି।
ଖବରଦାତା ସମ୍ମିଳନୀରେ ପୂର୍ବତନ ଜିଲା ସଭାପତି ବିଭୂତି ପ୍ରଧାନ, ଦୁର୍ଗାପ୍ରସାଦ ସାହୁ, ଦୟାନିଧି ସାହୁ, ରମେଶ ସାହୁ, ଲଷ୍ମୀଧର ସାହୁ, ଦୁର୍ଗାଚରଣ ନାୟକ, ରବିନାରାୟଣ ଜେନା, ଜଗନ୍ନାଥ ଗଡ଼ନାୟକ, କମଳଲୋଚନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri