ଦୁର୍ବିପାକ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ: ସଚେତନତା ପାଇଁ ୨୩ରେ ମାରାଥନ

ପୁରୀ ଅଫିସ, ୫।୧:  ଜାତୀୟ ଦୁର୍ବିପାକ ପ୍ରଶମନ ବାହିନୀ ପକ୍ଷରୁ ପୁରୀ ଜିଲାରେ ଦୁର୍ବିପାକ ପରିଚାଳନା ଅଭ୍ୟାସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଶନିବାର ସର୍କିଟ ହାଉସ୍‌ରେ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ବଙ୍ଗୋପସାଗରୀୟ ବହୁ କ୍ଷେତ୍ରୀୟ ବୈଷୟିକ ଓ ଆର୍ଥିକ ସହଯୋଗ (ବିମ୍‌ଷ୍ଟେକ) ପକ୍ଷରୁ ଏଥିଲାଗି ଏନ୍‌ଡିଆରଏଫ୍‌କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ଆସନ୍ତା ୯,୧୦, ୧୫ ଓ ୧୬ ତାରିଖରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଦୁର୍ବିପାକ ଓ ବୃକ୍ଷରୋପଣ ସଂକ୍ରାନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ସେହିଭଳି ୧୭ ଓ ୨୧ ତାରିଖରେ ବିଭିନ୍ନ ଗୋଷ୍ଠୀସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସଚେତନତା ସୃଷ୍ଟି ନିମନ୍ତେ ଆସନ୍ତା ୨୩ ତାରିଖରେ ମାରାଥନ ଆୟୋଜନ କରାଯିବାକୁ ବୈଠକରେ ସ୍ଥିର ହୋଇଛି। ଏଥିସହ ବିଚ୍‌ ଭଲିବଲ, ରଙ୍ଗୋଲି, ପଟ୍ଟଚିତ୍ର ପ୍ରତିଯୋଗିତା ଏବଂ ହସ୍ତାକ୍ଷର ଅଭିଯାନର ଆୟୋଜନ କରାଯିବ। ଆସନ୍ତା ୨୮ ତାରିଖରେ ପୁରୀ ଏବଂ ଫେବୃୟାରୀ ୨ତାରିଖରେ ଚନ୍ଦ୍ରଭାଗା ବେଳାଭୂମି ସଫେଇ କରାଯିବ। ଫେବୃୟାରୀ ମାସରେ ମକ୍‌ଡ୍ରିଲ ସଂକ୍ରାନ୍ତୀୟ ଚୂଡ଼ାନ୍ତ କାର୍ଯ୍ୟକ୍ରମ ଆୟୋଜିତ ହେବ ଏବଂ ଏହାର ତାରିଖ ପରବର୍ତ୍ତୀ ପର୍ଯ୍ୟାୟରେ ଘୋଷଣା କରାଯିବା ନିମନ୍ତେ ଆଲୋଚନା ହୋଇଛି। ଏହି ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଏନ୍‌ଡିଆରଏଫ୍‌ ଡିଆଇଜି ମହମ୍ମଦ ମହସିନ, ସିନିୟର କମାଣ୍ଡାଣ୍ଟ ଜାକୋବ କିସ୍‌ପୋଟା, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଜିଲା ଜରୁରିକାଳୀନ ଅଧିକାରୀ ଇତିଶ୍ରୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri