ଦୁର୍ବିପାକ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ: ସଚେତନତା ପାଇଁ ୨୩ରେ ମାରାଥନ

ପୁରୀ ଅଫିସ, ୫।୧:  ଜାତୀୟ ଦୁର୍ବିପାକ ପ୍ରଶମନ ବାହିନୀ ପକ୍ଷରୁ ପୁରୀ ଜିଲାରେ ଦୁର୍ବିପାକ ପରିଚାଳନା ଅଭ୍ୟାସ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ଶନିବାର ସର୍କିଟ ହାଉସ୍‌ରେ ଜିଲାପାଳ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ବଙ୍ଗୋପସାଗରୀୟ ବହୁ କ୍ଷେତ୍ରୀୟ ବୈଷୟିକ ଓ ଆର୍ଥିକ ସହଯୋଗ (ବିମ୍‌ଷ୍ଟେକ) ପକ୍ଷରୁ ଏଥିଲାଗି ଏନ୍‌ଡିଆରଏଫ୍‌କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ଆସନ୍ତା ୯,୧୦, ୧୫ ଓ ୧୬ ତାରିଖରେ ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଦୁର୍ବିପାକ ଓ ବୃକ୍ଷରୋପଣ ସଂକ୍ରାନ୍ତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବ। ସେହିଭଳି ୧୭ ଓ ୨୧ ତାରିଖରେ ବିଭିନ୍ନ ଗୋଷ୍ଠୀସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସଚେତନତା ସୃଷ୍ଟି ନିମନ୍ତେ ଆସନ୍ତା ୨୩ ତାରିଖରେ ମାରାଥନ ଆୟୋଜନ କରାଯିବାକୁ ବୈଠକରେ ସ୍ଥିର ହୋଇଛି। ଏଥିସହ ବିଚ୍‌ ଭଲିବଲ, ରଙ୍ଗୋଲି, ପଟ୍ଟଚିତ୍ର ପ୍ରତିଯୋଗିତା ଏବଂ ହସ୍ତାକ୍ଷର ଅଭିଯାନର ଆୟୋଜନ କରାଯିବ। ଆସନ୍ତା ୨୮ ତାରିଖରେ ପୁରୀ ଏବଂ ଫେବୃୟାରୀ ୨ତାରିଖରେ ଚନ୍ଦ୍ରଭାଗା ବେଳାଭୂମି ସଫେଇ କରାଯିବ। ଫେବୃୟାରୀ ମାସରେ ମକ୍‌ଡ୍ରିଲ ସଂକ୍ରାନ୍ତୀୟ ଚୂଡ଼ାନ୍ତ କାର୍ଯ୍ୟକ୍ରମ ଆୟୋଜିତ ହେବ ଏବଂ ଏହାର ତାରିଖ ପରବର୍ତ୍ତୀ ପର୍ଯ୍ୟାୟରେ ଘୋଷଣା କରାଯିବା ନିମନ୍ତେ ଆଲୋଚନା ହୋଇଛି। ଏହି ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିଶାଲ ସିଂ, ଏନ୍‌ଡିଆରଏଫ୍‌ ଡିଆଇଜି ମହମ୍ମଦ ମହସିନ, ସିନିୟର କମାଣ୍ଡାଣ୍ଟ ଜାକୋବ କିସ୍‌ପୋଟା, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଜିଲା ଜରୁରିକାଳୀନ ଅଧିକାରୀ ଇତିଶ୍ରୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri