ଦୁର୍ବିପାକ ସତ୍ତ୍ୱେ କୃଷି ଉତ୍ପାଦନ ବଢିଛି: ମନ୍ତ୍ରୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି ପାଇଁ ଦୃଢ ପ୍ରତିବଦ୍ଧ। କୃଷକମାନଙ୍କର କଲ୍ୟାଣ ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ଆମର ଚିର ସହଚର। ୨୦୦୦-୦୧ରୁ ୨୦୧୮ ମଧ୍ୟରେ ରାଜ୍ୟରେ ୮ଥର ମରୁଡି, ୯ଥର ବନ୍ୟା, ୩ଥର ବାତ୍ୟା ଓ ୩ ଥର ରୋଗ ପୋକ ଦ୍ୱାରା ଫସଲ ନଷ୍ଟ ହୋଇଛି। ଏହା ସତ୍ତ୍ୱେ କୃଷି କ୍ଷେତ୍ରର ଦ୍ରୁତ ପ୍ରଗତି ଯୋଗୁ ଗ୍ରାମାଞ୍ଚଳର ବିକାଶ ଓ କୃଷକମାନଙ୍କର ସର୍ବାଙ୍ଗୀନ କଲ୍ୟାଣ ସାଧିତ ହେଉଛି। ରାଜ୍ୟରେ କୃଷକମାନଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁ ଖାଦ୍ୟ ଶସ୍ୟ ଉତ୍ପାଦନ ବଢିଛି। ୨୦୦୦-୦୧ରେ ଖାଦ୍ୟ ଶସ୍ୟ ଉତ୍ପାଦନ ୫୫ ଲକ୍ଷ ମେଟ୍ରିକ ଟନ ଥିବା ବେଳେ ୨୦୧୪ରେ ଏହା ୧୧୮ ଲକ୍ଷ ମେଟ୍ରିକ ଟନରେ ପହଞ୍ଚିଛି ବୋଲି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ମଙ୍ଗଳବାର ମୁଲତବୀ ପ୍ରସ୍ତାବର ଜବାବରେ ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଦୁଗ୍ଧ, ମତ୍ସ୍ୟ, ଅଣ୍ଡା ଉତ୍ପାଦନ ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। ୨୦୦୦-୦୧ରେ ଦୁଗ୍ଧ ଉତ୍ପାଦନ ୮.୭୫ ଲକ୍ଷ ମେଟ୍ରିକ ଟନ ଥିବା ବେଳେ ୨୦୧୮-୧୯ରେ ଏହା ୨୩.୦୯ ଲକ୍ଷ ମେଟ୍ରିକ ଟନକୁ ବୃଦ୍ଧି ପାଇଛି। ସେହିପରି ଅଣ୍ଡା, ମାଂସ, ମତ୍ସ୍ୟ, ଉତ୍ପାଦନ କ୍ଷେତ୍ରରେ ରାଜ୍ୟର ଅଭିବୃଦ୍ଧି ହେଉଛି ବୋଲି ମନ୍ତ୍ରୀ କହିଛନ୍ତି। କୃଷି କ୍ଷେତ୍ରକୁ ଅଧିକ ଅର୍ଥ ଦେବାକୁ ୨୦୧୩-୧୪ଠାରୁ ସ୍ବତନ୍ତ୍ର କୃଷି ବଜେଟ ବିଧାନସଭାରେ ଉପସ୍ଥାପନ କରାଯାଉଛି। ରାଜ୍ୟ ସରକାର କୃଷକମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରିଛନ୍ତି। କୃଷକମାନଙ୍କର ଜୀବିକା ଏବଂ ଆୟ ବୃଦ୍ଧି ପାଇଁ କାଳିଆ ଯୋଜନା କାର୍ଯ୍ୟକାରୀ ହେଉଛି ବୋଲି ମନ୍ତ୍ରୀ କହିଥିଲେ। ହେଲେ ମନ୍ତ୍ରୀଙ୍କ ଉତ୍ତରରେ ସନ୍ତୁଷ୍ଟ ନ ହୋଇ କଂଗ୍ରେସ ଦଳର ସଦସ୍ୟମାନେ ବିଧାନସଭା କକ୍ଷ ଛାଡି ବାହାରକୁ ଚାଲି ଯାଇଥିଲେ।
ରାଜ୍ୟର କୃଷି ଓ କୃଷକ ସମସ୍ୟା ପ୍ରତି ରାଜ୍ୟ ସରକାର ଉଦାସୀନ ଶୀର୍ଷକ ମୁଲତବୀ ପ୍ରସ୍ତାବ ଆଗତ କରି କଂଗ୍ରେସ ସଦସ୍ୟ ନରସିଂହ ମିଶ୍ର ସରକାରଙ୍କୁ କଡା ସମାଲୋଚନା କରିଥିଲେ। ସେ କହିଥିଲେ ଯେ ଏ ସରକାରଙ୍କର ସବୁକିଛି କାଗଜ କଲମରେ ଚାଲିଛି। ୨୦୦୬ରେ ରାଜ୍ୟପାଳଙ୍କ ଅଭିଭାଷଣରେ ସରକାର କହିଥିଲେ ୫ ବର୍ଷରେ ସବୁ ବ୍ଲକକୁ ୩୦ ପ୍ରତିଶତ ଜଳସେଚନ ଯୋଗାଇ ଦେବେ। ୨୦୦୯ରେ ଚାଷୀଙ୍କୁ ମାଗଣାରେ ବିଦ୍ୟୁତ୍‌ ଶକ୍ତି ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ସରକାର ତାହା ଯୋଗାଇ ଦେଇଛନ୍ତି କି ବୋଲି ସେ ପ୍ରଶ୍ନ କରିଥିଲେ। ସରକାରୀ ହିସାବ ଅନୁଯାୟୀ ଧାନ କୁଇଣ୍ଟାଲ ଉତ୍ପାଦନ ପାଇଁ ଜଣେ ଚାଷୀଙ୍କୁ ୨୩୪୪ ଟଙ୍କା ଖର୍ଚ୍ଚ କରିବାକୁ ପଡୁଛି। ଧାନ ବିକୁଛନ୍ତି ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)୧୭୫୦ ଟଙ୍କାରେ। ତାହା ବି ଅନେକ ସମୟରେ ଚାଷୀଙ୍କୁ ମିଳୁ ନାହିଁ ବୋଲି ମିଶ୍ର କହିଥିଲେ। ଆଳୁ ମିଶନ ଫେଲ୍‌ ମାରିଛି। ଏହାକୁ ଲକ୍ଷ୍ୟ କରି ସରକାର ଶୀତଳ ଭଣ୍ଡାର ସ୍ଥାପନ ପାଇଁ ପ୍ରୋତ୍ସାହନ ଦେଇଥିଲେ। ସେହି ଶୀତଳ ଭଣ୍ଡାରଗୁଡିକ ବନ୍ଦ ହେବାକୁ ଯାଉଛି। ସରକାର ଘୋଷଣା କରିଥିବା ସବ୍‌ସିଡି ସେମାନଙ୍କୁ ମିଳି ନାହିଁ। ଏସବୁ ପ୍ରଶ୍ନର ଜବାବ ମାଗିଥିଲେ। ଭାଜପା ସଭ୍ୟ ଜୟନାରାୟଣ ମିଶ୍ର କହିଥିଲେ ଆଗରୁ ଆମ ଲୋକମାନେ ବାହାରକୁ ଯାଉ ନ ଥିଲେ। ଚାଷ ଯାହାଙ୍କର ଥିଲା ତାଙ୍କୁ ଅନେକ ସମ୍ମାନ ମିଳୁଥିଲା। ଏବେ ଚାଷ କରୁଥିବା ଲୋକଙ୍କୁ ଝିଅ ବାହା ଦେବାକୁ ରାଜି ହେଉନାହାନ୍ତି । ଚାଷ ଉପରେ ୭୦ ଭାଗରୁ ଅଧିକ ଲୋକ ନିର୍ଭର କରୁଛନ୍ତି। ସରକାର ଜମିକୁ ଜଳସେଚନ କିମ୍ବା ଚାଷୀଙ୍କୁ ବିହନ ଯୋଗାଇ ଦେଇପାରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri