Posted inଖେଳ

ଦୁଲୀପ ଟ୍ରଫି : ଅଙ୍କିତଙ୍କ ଶତକ ସତ୍ତ୍ୱେ ଇଣ୍ଡିଆ ରେଡ୍‌ ଅଗ୍ରଣୀ

ବେଙ୍ଗାଲୁରୁ, ୨୫।୮:  ଆଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ବ୍ଲୁ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ଅଗ୍ରଣୀ ହାସଲ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ରେଡ୍‌ ପ୍ରଥମ ଇନିଂସରେ ୧୨୪ ଓଭରରେ ୨୮୫ ରନ କରି ଆଉଟ ହୋଇଥିଲା। ଜବାବରେ ବ୍ଲୁ ପ୍ରଥମ ଇନିଂସ ଆରମ୍ଭ କରି ଅଙ୍କିତ ବାଓ୍ବନେଙ୍କ ଅପରାଜିତ ଶତକ ସହାୟତାରେ ରବିବାର ତୃତୀୟ ଦିନ ଚା’ପାନ ବିରତି ବେଳକୁ ୮୩.୨ ଓଭରରେ ୨୫୫ ରନ କରି ଅଲଆଉଟ ହୋଇଛି। ଫଳରେ ରେଡ୍‌ ୩୦ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି।
ଦ୍ୱିତୀୟ ଦିନର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୭୪/୩ରୁ ଖେଳ ଆରମ୍ଭ କରି ବ୍ଲୁ ଅଲଆଉଟ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ଅଙ୍କିତ ବାଓ୍ବେନେ ୧୫ରନରୁ ଖେଳ ଆରମ୍ଭ କରି ୧୨୧ ରନର ଶତକୀୟ ପାଳି ଖେଳି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସେହିପରି ୬ ରନରୁ ଖେଳ ଆରମ୍ଭ କରି ଅନମୋଲପ୍ରୀତ ସିଂ ୫୬ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ପୂର୍ବରୁ ଓପନର ଋତୁରାଜ ଗାଏକ୍ୱାଡ଼ ୩୭ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ତେବେ ବାକି ୮ ଜଣ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ ସ୍ନେଲ ପଟେଲ, ଜଲାଜ ସାକସେନା, ଦିଓ୍ବେସ ପଠନିଆ, ବାସିଲ ଥମ୍ପି ଖାତା ଖୋଲିପାର ନ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାକ ଶୁବମନ ଗିଲ ୯, ରିକି ଭୁଇ ୩, ସୌରଭ କୁମାର ୩, ଅନିକେତ୍‌ ଚୌଧୁରୀ ୮ ରନ କରି ଆଉଟ ହୋଇଥିଲେ। ବୋଲିଂରେ ରେଡ୍‌ ତରଫରୁ ଆଭସ ଖାଁ ସର୍ବାଧିକ ୪, ଜୟଦେବ ଉନାଡ଼କଟ ଓ ଅକ୍ଷୟ ଓ୍ବଖରେ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri