Posted inଖେଳ

ଦୁଲୀପ ଟ୍ରଫି : କଲ୍‌ସୀଙ୍କ ଶତକ, ନାୟାର ୯୯

ବେଙ୍ଗାଲୁରୁ,୨୪।୮(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେ.ଏସ୍‌.ସି.ଏ.) ଗ୍ରାଉଣ୍ଡରେ ଚାଲିଥିବା ଇଣ୍ଡିଆ ରେଡ ବିପକ୍ଷ ଦୁଲୀପ ଟ୍ରଫି ମ୍ୟାଚ୍‌ରେ ଇଣ୍ଡିଆ ବ୍ଲୁ ପ୍ରାରମ୍ଭିକ ବ୍ୟାଟି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ରେଡ୍‌ ପ୍ରଥମ ଇନିଂସରେ କରୁନ ନାୟାର ଓ ଅଙ୍କିତ୍‌ କଲ୍‌ସୀଙ୍କ ଦୃଢ଼ ବ୍ୟାଟିଂ ବଳରେ ୧୨୪ ଓଭରରେ ୨୮୫ ରନ କରି ଅଲଆଉଟ ହୋଇଛି। ନାୟାର ୯୯ ରନର କରି ଆଉଟ ହେବାସହ ଶତକ ହାସଲରୁ ଅଳ୍ପକେ ବଞ୍ଚିତ ହୋଇଥିଲେ। ତେବେ କଲ୍‌ସୀ ୧୦୬ ରନର ଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ବ୍ଲୁ ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ୨୪ ଓଭରରେ ୩ ଉଇକେଟ ହରାଇ ୭୪ ରନ ସଂଗ୍ରହ କରିଛି। ଫଳରେ ବ୍ଲୁ ୭ ଉଇକେଟ ବାକି ରଖି ୨୧୧ ରନ ପଛରେ ପଡିଛି। ଷ୍ଟମ୍ପ୍ସ ଅପସାରଣ ବେଳକୁ ଅଙ୍କିତ୍‌ ବାଓ୍ବନେ ୧୫ ଓ ଅନମୋଲପ୍ରୀତ ସିଂ ୬ ରନ କରି ଅପରାଜିତ ରହିଛନ୍ତି। ଇନିଂସ ଆରମ୍ଭରୁ ବ୍ଲୁ ଝଟ୍‌କା ଖାଇଥିଲା। ଓପନର ସ୍ନେଲ ପଟେଲ ଖାତା ଖୋଲିବା ପୂର୍ବରୁ ଜୟଦେବ ଉନାଡ଼କଟ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇଥିଲେ। ଏହାପରେ ଯୁବ ପ୍ରତିଭାସମ୍ପର୍ଣ୍ଣ ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ଶୁବମନ ଗିଲ ୯ ରନ କରିଥିବା ବେଳେ ଏଲ୍‌ବିଡବ୍ଲ୍ୟ ହୋଇ ଉନାଡ଼କଟଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ଅନ୍ୟତମ ଓପନର ଋତୁରାଜ ଗାଏକ୍ୱାଡ ୩୭ ରନ କରିଥିବା ବେଳେ ଆଭେସ ଖାଁଙ୍କ ବଲ୍‌ରେ ନାୟାରଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ରେଡ୍‌ ତରଫରୁ ଉନାଡକଟ ୨, ଆଭେସ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମ ଦିବସର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୬୩/୨ରୁ ଖେଳ ଆରମ୍ଭ କରି ରେଡ୍‌ ଅଲଆଉଟ୍‌ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ନାୟାର ୯୨ରୁ ଖେଳ ଆରମ୍ଭ କରି ଆଉ ମାତ୍ର ୭ ରନ କରି ୯୯ ରନ କରିଥିବା ବେଳେ ସୌରଭ କୁମାରଙ୍କ ବଲ୍‌ରେ ଉଇକେଟକିପର ସ୍ନେଲ ପଟେଲଙ୍କ ଦ୍ୱାରା ଷ୍ଟମ୍ପ ଆଉଟ୍‌ ହୋଇ ୧ ରନ ପାଇଁ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ସେ ୨୧୬ଟି ବଲର ସମ୍ମୁଖୀନ ହୋଇ ୯ଟି ଚୌକା ମାରିଥିଲେ। ସେହିପରି ୪୮ରନରୁ ଖେଳ ଆରମ୍ଭ କରି କଲସୀ ୧୦୬ ରନର ଶତକୀୟ ପାଳିଖେଳି ଜଲାଜ ସାକ୍‌ସେନାଙ୍କ ବଲ୍‌ରେ ଋତୁରାଜ ଗାଏକ୍ୱାଡଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। କଲ୍‌ସୀ ୩୪୫ଟି ବଲର ସମ୍ମୁଖୀନ ହୋଇ ୮ଟି ଚୌକା ମାରିଥିଲେ। ସେହିପରି ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ୫୦ ରନର ଶତକୀୟ ପାଳି ଖେଳି ଦିଓ୍ବେସ ପଠାନିଆ ବଲ୍‌ରେ ରିକି ଭୁଇଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ତେବେ ବାକି ବ୍ୟାଟ୍ସମ୍ୟାନ କେହି ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ହରପ୍ରୀତ ସିଂ ୨, ଉନାଡ଼କଟ ୧, ଅକ୍ଷୟ ଓ୍ବାଖରେ ୨, ବରୁନ ଆରୋନ ୨, ଅକ୍ଷର ପଟେଲ ବିନୋ ସ୍କୋରରେ ଆଉଟ ହୋଇଥିବା ବେଳେ ଆଭେସ ବିନାସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ବ୍ଲୁ ତରଫରୁ ପଠାନିଆ ସର୍ବାଧିକ ୪, ସାକ୍‌ସେନା ୩, ଅନିକେତ ଚୌଥୁରୀ ୨ ଓ ସୌରଭ କୁମାର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଣ୍ଡିଆ ରେଡ୍‌ ପ୍ରଥମ ଇନିଂସ: ୧୨୪ ଓଭରରେ ୨୮୫ ଅଲଆଉଟ୍‌
(କଲ୍‌ସୀ-୧୦୬, ନାୟାର- ୯୯, କିଷନ- ୫୦, ପଠାନିଆ- ୪/୫୫, ସାକ୍‌ସେନା- ୩/୫୭, ଚୌଧୁରୀ- ୨/୬୯)।
ଇଣ୍ଡିଆ ବ୍ଲ ୁ: ୨୪ଓଭରରେ ୭୪/୩ (ଋତୁରାଜ- ୩୭, ବାଓ୍ବନେ- ୧୫*, ଅନମୋଲପ୍ରୀତ- ୬*, ଉନାଡ଼କଟ- ୨/୧୮, ଆଭେସ- ୧/୧୭ )।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri