ଦୂର ହେଉନି ରୀନାଙ୍କ ଦୁଃଖ

ଆଠମଲ୍ଲିକ, ୧ା୬(ଡି.ଏନ.ଏ.)  ଭିନ୍ନକ୍ଷମ ବୋଲି ଚିହ୍ନଟ କରିଛି ପ୍ରଶାସନ। ପ୍ରମାଣପତ୍ର ମଧ୍ୟ ଦେଇଛି ତାଙ୍କୁ। ହେଲେ ସେ କେମିତି ସରକାରୀ ଯୋଜନାରେ ସାମିଲ ହୋଇ ଉପକୃତ ହେବେ ସେ ନେଇ କୌଣସି ପଦକ୍ଷେପ ନିଆଯାଉ ନାହିଁ। ବାରମ୍ବାର ବ୍ଲକକୁ ଦୌଡ଼ି ନିଜ ଦୁଃଖ ଜଣାଉଥିଲେ ବି କର୍ତ୍ତୃପକ୍ଷ ସରକାରଙ୍କ ଭତ୍ତା ଯୋଜନାରେ ତାଙ୍କୁ ସାମିଲ କରୁନାହାନ୍ତି। ଫଳରେ ପେଟ ପାଇଁ ଦାନା ଯେଗାଡ଼ କରିପାରୁନାହାନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପୁରୁଣାମାଣିତ୍ରୀ ଗ୍ରାମର ରୀନା ଲୋଈ(୨୪)। ପ୍ରଶାସନ କେବେ ତାଙ୍କ ଦୁଃଖ ଦୂର କରିବା ତାହାକୁ ଅପେକ୍ଷା କରିଛନ୍ତି ରୀନା।
ପୁରୁଣାମାଣିତ୍ରୀ ଗ୍ରାମ ଜାଗେଶ୍ୱର ଲୋଈଙ୍କ ଝିଅ ରୀନା ଜନ୍ମରୁ ଭିନ୍ନକ୍ଷମ। ରୀନାଙ୍କ କହିବା ମୁତାବକ, ହାତ ଗୋଡ଼ ଦୁର୍ବଳ ଯୋଗୁ ସେ ଚଲାବୁଲା କରିପାରୁନାହାନ୍ତି। ଏଥିପାଇଁ ତାଙ୍କ ବିବାହ ମଧ୍ୟ ହୋଇପାରିନାହିଁ। ପ୍ରଶାସନ ପକ୍ଷରୁ ତାଙ୍କୁ ଭିନ୍ନକ୍ଷମ ବୋଲି ଚିହ୍ନଟ କରାଯାଇ ପ୍ରମାଣପତ୍ର ଦିଆଯାଇଛି। ସେଥିରେ ତାଙ୍କ ଶରୀର ୭୦ ଭାଗ ଅଚଳ ଥିବା ଦର୍ଶାଯାଇଛି। କିନ୍ତୁ ଆଜି ପର୍ଯ୍ୟନ୍ତ ତାଙ୍କୁ ଭିନ୍ନକ୍ଷମ ଭତ୍ତାଟିଏ ପ୍ରଦାନ କରାଯାଇନାହିଁ। ୨ ବର୍ଷ ହେବ ଭତ୍ତା ଯୋଜନାରେ ତାଙ୍କୁ ସାମିଲ କରିବାକୁ ବାରମ୍ବାର ବ୍ଲକ ପ୍ରଶାସନ ନିକଟରେ ନିୟମ ଅନୁଯାୟୀ ଆବେଦନ କରୁଛନ୍ତି। ହେଲେ କେହି ଏ ଦିଗରେ ଦୃଷ୍ଟି ଦେଉ ନ ଥିବା ସେ ଅଭିଯୋଗ କରିଛନ୍ତି। ଜିଲା ପ୍ରଶାସନ ସହୃଦୟ ହୋଇ ଏ ଦିଗରେ ଦୃଷ୍ଟି ଦେବାକୁ ସେ ନିବେଦନ କରିଛନ୍ତି। ଏ ସମ୍ପର୍କରେ ପୁରୁଣାମାଣିତ୍ରୀ ସରପଞ୍ଚ ବୀରେନ୍ଦ୍ର ବଡମାଳି କହିଛନ୍ତି, ଏବେ ରୀନାଙ୍କ ଅଭିଯୋଗ ଦୃଷ୍ଟିକୁ ଆସିଛି। ପୂର୍ବରୁ କେହି ଯୋଗାଯୋଗ କରି ନ ଥିଲେ। ଖୁବ୍‌ଶୀଘ୍ର ରୀନାଙ୍କୁ ଭତ୍ତା ପ୍ରଦାନ ଦିଗରେ ଧ୍ୟାନ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା: ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ…

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ନିଆରା ବାହୁଡ଼ା ଯାତ୍ରା ପରମ୍ପରା କେଉଁ ଆବହମାନ କାଳରୁ ଚଳିଆସିଛି। ପୁରୀ ବାହୁଡ଼ା ଯାତ୍ରାର ଦିନକ ପରେ ପବିତ୍ର…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri