ଦେଉଳିବନ୍ଧ ଉନ୍ନତୀକରଣ କାର୍ଯ୍ୟରେ ବିଳମ୍ବ

ଗୋପାଳପୁର,୯।୬-ରଙ୍ଗେଇଲୁଣ୍ଡା ବ୍ଲକ ରାଳବସ୍ଥିତ ଦେଉଳିବନ୍ଧର ଉନ୍ନତୀକରଣ କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା ଅଭିଯୋଗ ହେଉଛି। ୨୦୧୮ ଡିିସେମ୍ବର ୭ରୁ ଆରମ୍ଭ ହୋଇ ଏହି କାର୍ଯ୍ୟ ୨୦୧୯ ମାର୍ଚ୍ଚ ୧୬ ସୁଦ୍ଧା ସରିବ ବୋଲି ସେଠାରେ ଲାଗିଥିବା ଫଳକରେ ଦର୍ଶାଯାଇଛି । ବ୍ୟୟ ଅଟକଳ ୪୦ ଲକ୍ଷ ଟଙ୍କା ରହିଛି । ତେବେ ଧାର୍ଯ୍ୟ ସମୟର ୩ ମାସ ପରେ ବି ସେଭଳି କିଛି ଆଖିଦୃଶିଆ କାର୍ଯ୍ୟ ହୋଇନାହିଁ । ଅନ୍ୟପକ୍ଷରେ ବନ୍ଧ ମାଟିକୁ ବିକ୍ରି କରାଯାଉଥିବା ଏବଂ ଅଧିକାରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ କାର୍ଯ୍ୟ ବିଳମ୍ବ ହେଉଥିବା ରଙ୍ଗିପୁର ଓ ରାଳବ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଆଉ ଦିନ କେଇଟା ପରେ ମୌସୁମୀ ବର୍ଷା ହେବାକୁ ଥିବା ବେଳେ କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ମାତ୍ର ୩୦ ପ୍ରତିଶତ କାର୍ଯ୍ୟ ସରିଛି । ବନ୍ଧ ମାଟିକୁ ସରକାରୀ କାର୍ଯ୍ୟରେ ବ୍ୟବହାର ପାଇଁ ନିୟମ ରହିଥିଲେ ମଧ୍ୟ ତାହାକୁ ଖୁଲମଖୁଲା ଉଲ୍ଲଂଘନ କରାଯାଉଛି । ସେହିପରି ଯେଉଁ ପରିମାଣରେ ମାଟି ଖୋଳିବା ପାଇଁ ବିଭାଗୀୟ ଚୁକ୍ତିନାମା ରହିଛି ତାହା ପାଳନ କରାଯାଉନାହିଁ । ଉକ୍ତ ବନ୍ଧ ଉପରେ ଦୁଇ ଗ୍ରାମର ଲୋକ ନିର୍ଭର କରୁଛନ୍ତି। ଏପରିକି ଚାଷ ପାଇଁ ମଧ୍ୟ ଏଠାରୁ ପାଣି ନିଆଯାଏ ବୋଲି ଗ୍ରାମବାସୀ କହିଛନ୍ତି। କାର୍ଯ୍ୟରେ ବିଳମ୍ବକୁ ନେଇ ଆଗାମୀ ଦିନରେ ବିଭାଗୀୟ କାର୍ଯ୍ୟାଳୟରେ ଅଭିଯୋଗ କରିବାକୁ ଗ୍ରାମବାସୀ ପ୍ରସ୍ତୁତ ହେଉଛନ୍ତି।
ଏ ନେଇ ସହକାରୀ ଯନ୍ତ୍ରୀ ଅରୁଣ କୁମାର ଶୁକ୍ଲା କହିଛନ୍ତି, ବନ୍ଧକୁ ପ୍ରଥମରୁ ମାପଚୁପ କରାଯାଇଛି । ମାଟି ବିକ୍ରି ସମ୍ପର୍କରେ ଜାଣିନି ବୋଲି ସେ କହିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri