ଦେଢ ବର୍ଷ ହେଲା ବସ୍ତ୍ର ବିତରଣ କେନ୍ଦ୍ରରେ ପଡ଼ିଛି ତାଲା

ବଡବିଲ, ୧୧।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ବ୍ୟବହାର ଉପଯୋଗୀ ବସ୍ତ୍ର ଓ ଆସବାବପତ୍ର ଦାତାଙ୍କ ଠାରୁ ଗ୍ରହଣ କରାଯାଇ ଗରିବ ଓ ଦୁଃଖୀ ମାନଙ୍କୁ ମାଗଣା ବସ୍ତ୍ର ଯୋଗାଇ ଦେବାକୁ ‘ହେଲପିଙ୍ଗ ହ୍ୟାଣ୍ଡ’ ନାମରେ ଏକ ବିତରଣ କେନ୍ଦ୍ର ୨୦୧୮ ମସିହା ଫେବୃୟାରୀ ପ୍ରଥମ ସପ୍ତାହରେ ଉଦ୍‌ଘାଟିତ ହୋଇଥିଲା। ଚମ୍ପୁଆ ଉପଜିଲାପାଳ ପାରୁଲ ପଟ୍ଟୱାରୀ ଏହାର ଉଦ୍‌ଘାଟନ କରିଥିଲାବେଳେ ଏହାପରଠାରୁ ଉକ୍ତ କେନ୍ଦ୍ରରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ୨୦୧୮ ଫେବୃୟାରୀ ୧୨ ତାରିଖରେ ବଡବିଲ ତହସିଲଦାର ଭାବେ କ୍ଷୀରୋଦ କୁମାର ବେହେରା ଯୋଗଦେଇଥିଲେ ହେଁ ଉକ୍ତ ବିତରଣ କେନ୍ଦ୍ରକୁ ଚାଲୁ କରିବା ନେଇ ଆଦୌ ଆନ୍ତରିକତା ଦେଖାଇ ନ ଥିଲେ। ଏନେଇ ଗତ କିଛି ଦିନତଳେ ତହସିଲଦାର ବେହେରାଙ୍କୁ ପଚାରିବାରୁ ସେ କେନ୍ଦ୍ର ଚାଲୁ କରିବା ନେଇ ବ୍ୟବସ୍ଥା କରିବେ ବୋଲି କହିଥିଲେ। ତେବେ ଦେଢ ବର୍ଷ ଧରି ପ୍ରଶାସନ କାର୍ଯ୍ୟକାରୀ କରିବାରେ ଫେଲ ମାରିଲା ପରେ ବୁଧବାର ଦିନ ସ୍ଥାନୀୟ ସାମାଜିକ ସଙ୍ଗଠନ ନେଟିଭ ଭଏସର ସହାୟତାରେ ପୁଣି ଚାଲୁ କରିଥିବା ଜଣାପଡିଛି। ନେଟିଭ ଭଏସର ସଦସ୍ୟମାନଙ୍କ ମଧ୍ୟରେ ସରୋଜ କୁମାର ମହାପାତ୍ର, ରସାନନ୍ଦ ବେହେରା, ପ୍ରଶାନ୍ତ ମହାନ୍ତି କେତେକ ଆଇନଜୀବୀଙ୍କ ସହ ସଙ୍ଗଠନର ସଦସ୍ୟ ଓ ମହିଳା ସମିତିର କର୍ମକର୍ତ୍ତାମାନେ ଯୋଗଦେଇଥିଲେ। ଏହି କେନ୍ଦ୍ରର ତଦାରଖ କରିବାକୁ ସହମତି ଦେଇଥିବାବେଳେ ଦାତାଙ୍କ ନାମ ଓ ଠିକଣା ଲିପିବଦ୍ଧ କରି ରଖାଯିବ ବୋଲି ନେଟିଭ ଭଉସ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri