ଦେଢ଼ ବର୍ଷ ପରେ କବର ତଳୁ କଙ୍କାଳ ଉଦ୍ଧାର

ଜି.ଉଦୟଗିରି,୧୦ା୧୨(ଡି.ଏନ.ଏ.)-ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗରେ କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କୁମ୍ଭାରକୁପାରେ ସୋମବାର ପୋଲିସ ଜଣେ ନାବାଳିକାଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳିକାଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ଜି.ଉଦୟଗିରି ପୋଲିସ ନଂ. ୧୩୧/୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।
ପ୍ରକାଶ ଯେ,୨୦୧୮ ଫେବୃୟାରୀ ୧ରେ କୁମ୍ଭାରକୁପା ଗ୍ରାମର ନାବାଳିକା (୧୭)ଙ୍କ ମୃତଦେହ ନିଜ ଘରେ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ବାପା ମା’ଙ୍କ ଅନୁପସ୍ଥିତିରେ ଏହି ଘଟଣା ଘଟିଥିଲା। ଏହାକୁ ଆତ୍ମହତ୍ୟା ସନ୍ଦେହ କରି ସେତେବେଳେ ପରିବାର ଲୋକେ ଖ୍ରୀଷ୍ଟିୟ ରୀତିରେ ମୃତଦେହକୁ କବର ଦେଇଥିଲେ। କିନ୍ତୁ ଝିଅକୁ ନିଜ ଜ୍ୱାଇଁ (ବଡ଼ ଝିଅର ସ୍ବାମୀ) ହତ୍ୟା କରିଥିବା ସନ୍ଦେହ କରି ୨୦୧୮ ମାର୍ଚ୍ଚରେ ବାପା ମାନବାଧିକାର କମିଶନରଙ୍କୁ ଜଣାଇଥିଲେ। କମିଶନର ଓ କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶରେ ଘଟଣାର ତଦନ୍ତ କରାଯାଇଥିଲା। କିନ୍ତୁ ଏଥିରେ ବାପା ସନ୍ତୁଷ୍ଟ ନ ହୋଇ ପୁଣି ମାନବାଧିକାର କମିଶନ ଏବଂ କନ୍ଧମାଳ ଏସ୍‌ପିଙ୍କୁ ଭେଟିଲା ପରେ ତାଙ୍କ ନିର୍ଦ୍ଦେଶରେ ସ୍ଥାନୀୟ ଥାନାରେ ଏତଲା ଦେଇଥିଲେ। ସୋମବାର ଅତିରିକ୍ତ ତହସିଲଦାର ରାକେଶ କୁମାର ପାତ୍ରଙ୍କ ଉପସ୍ଥିତିରେ କବର ଖୋଳି କଙ୍କାଳ ଉଦ୍ଧାର କରାଯାଇଥିଲା। କଙ୍କାଳକୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ହସ୍ପିଟାଲ ଫୋରେନସିକ୍‌ ବିଭାଗକୁ ପଠାଯାଇଛି ବୋଲି ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା ଓ ଆଇଆଇସି ଧିରଜ କୁମାର ଲେଙ୍କା କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri