ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଉମାଶଙ୍କର ସାହୁ ନିଜର କର୍ମୀ ତଥା ନେତାଙ୍କୁ ନେଇ ଗୁରୁବାର ସନ୍ଧ୍ୟାରେ ଦେବଗଡ ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ଚାଲିଚାଲି ରୋଡ ଶୋ, ନିର୍ବାଚନ ପ୍ରଚାର ଏବଂ ପଥପ୍ରାନ୍ତ ସଭା କରିଥିଲେ। ଏହି ପରିପ୍ରେକ୍ଷୀରେ ଦଳୀୟ କର୍ମୀ ଏବଂ ପ୍ରଚାର ଗାଡି ସହିତ ସ୍ଥାନୀୟ ଗୋପବନ୍ଧୁ ଛକରେ ପଥପ୍ରାନ୍ତ ସଭା କରିବା ସହ ଉଭୟ ପ୍ରାର୍ଥୀ ବିଭିନ୍ନ ୱାର୍ଡ ତଥା ସାହିର ଗଳିକନ୍ଦି ପରିକ୍ରମା କରିଥିଲେ। ଭୋଟ ଭିକ୍ଷା ସହ ଲୋକଙ୍କ ଆସ୍ଥାଭାଜନ ହେବାକୁ ପ୍ରୟାସ କରିଥିଲେ। ଉଭୟ ପ୍ରାର୍ଥୀ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିବା ସହ ଆଗାମୀ ନିର୍ବାଚନରେ ଦେବଗଡ ଜିଲାର ସାମଗ୍ରୀକ ବିକାଶ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କୁ ବହୁ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ନିବେଦନ କରିଥିଲେ। କାର୍ଯ୍ୟକ୍ରମରେ କଂଗ୍ରେସର ବରିଷ୍ଠ କର୍ମୀ ନେତ୍ରାନନ୍ଦ ସାମଲ, କ୍ଷିତିଶ ପ୍ରଧାନ, ଘନଶ୍ୟାମ ସାହୁ, ରାଜେଶ ବେହେରା, ଲିଟୁ ସାହୁ, ପଞ୍ଚୁ ବରାଇଙ୍କ ସମେତ ଅନ୍ୟ କର୍ମୀ ପ୍ରମୁଖ ସାମିଲ ହୋଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri