ଦେବଗଡ଼ ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ: ୨୯ରୁ ଧାନ କିଣା ଆରମ୍ଭ

ଦେବଗଡ, ୯।୧୧(ଡି.ଏନ.ଏ.)-ଦେବଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସୁଧାଂଶୁ ମୋହନ ସାମଲ ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଜିଲା ପରିଷଦ ଅଧ୍ୟକ୍ଷା ସୁଧାମୟୀ ପଟେଲ, ଜିଲା ପରିଷଦ ଉପାଧ୍ୟକ୍ଷ ଜୟକୃଷ୍ଣ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶକ ଡିଆରଡିଏ ଭିନସେଣ୍ଟ ପୁନମକାନ୍ତ ଏକ୍କା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରବିନାରାୟଣ ସିଙ୍କ ସମେତ ଏମ୍‌ପି ପ୍ରତିନିଧି ରଣଜିତ ପଟେଲ ପ୍ରମୁଖ ଯୋଗଦେଇଥିଲେ। ବୈଠକରେ ୨୦୧୯-୨୦ ଖରିଫ୍‌ ବର୍ଷ ପାଇଁ ଧାନକ୍ରୟ ସମ୍ବନ୍ଧୀୟ ନୀତି ନିର୍ଦ୍ଧାରଣ ଉପରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା ା ଆଲୋଚନାରେ ଅଂଶଗ୍ରହଣ କରି ବିଧାୟକ ପାଣିଗ୍ରାହୀ ନୀତି ନିର୍ଦ୍ଧାରଣ ସମୟରେ ଚାଷୀମାନେ ଯେପରି ସୁବିଧାରେ ମଣ୍ଡିମାନଙ୍କରେ ନିଜର ଧାନ ବିକ୍ରୟ କରିପାରିବେ ସେଥିପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ କହିବା ସଙ୍ଗେ ସଙ୍ଗେ ଦଲାଲମାନଙ୍କ ପ୍ରଭାବ ରୋକିବା ପାଇଁ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ ଗଠନ ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପଟେଲ ମଣ୍ଡିମାନଙ୍କରେ ସୁରୁଖୁରରେ ଧାନ ବିକ୍ରୟ ବ୍ୟବସ୍ଥା ଉପରେ ମତ ରଖିଥିଲେ। ଜିଲାପାଳ ସାମଲ ସମସ୍ତ ମଣ୍ଡିଗୁଡିକରେ ପଞ୍ଜିକୃତ ଚାଷୀମାନଙ୍କଠାରୁ ଧାନକ୍ରୟ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ବ୍ୟବସ୍ଥା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି ବୋଲି ସୂଚନା ଦେବା ସଙ୍ଗେ ସଙ୍ଗେ ଦଲାଲ କିମ୍ବା ବେପାରୀମାନଙ୍କ ପ୍ରଭାବ ରୋକିବା ପାଇଁ ଏନଫୋର୍ସମେଣ୍ଟ ସ୍କ୍ବାଡ଼୍‌ ଗଠନ ସହିତ ମନିଟରିଂ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଥିଲେ। ନଭେମ୍ବର ୨୯ତାରିଖରୁ ମଣ୍ଡିମାନଙ୍କରେ ଧାନ କିଣା ଆରମ୍ଭ ହେବ ଏବଂ ଏହା ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ଜାରି ରହିବ ବୋଲି ସେ ସୂଚନା ଦେଇଥିଲେ। ଚାଷୀମାନେ ନିଜର ଧାନ ଯେପରି ସୁରୁଖୁରରେ ବିକ୍ରୟ କରିପାରିବେ ସେଥିପାଇଁ ଆନୁସଙ୍ଗିକ ସମସ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ଏ.ଆର୍‌.ସି.ଏସ୍‌.ଏବଂ ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ା ବୈଠକର ଆଲୋଚନାରୁ ଜଣାଯାଏ ଯେ, ନଭେମ୍ବର ୨୯ତାରିଖ ଶୁକ୍ରବାରଠାରୁ ଜିଲାରେ ଥିବା ୨୯ଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ୪୦ଟି ମଣ୍ଡି ଖୋଲାଯାଇ ଚାଷୀମାନଙ୍କଠାରୁ ଧାନକ୍ରୟ କରାଯିବ ା ଚଳିତ ଖରିଫ୍‌ ଋତୁରେ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୩୮ହଜାର ୨୩୫ କୁଇଣ୍ଟାଲ ଧାନକ୍ରୟ କରିବାପାଇଁ ନିର୍ଦ୍ଧାରଣ କରାଯାଇଛି ା ସାଧାରଣ ଧାନର କ୍ରୟ ମୂଲ୍ୟ କୁଇଣ୍ଟାଲ ପିଛା୧୮୧୫ଟଙ୍କା ଧାର୍ଯ୍ୟ କରାଯାଇଥିବାବେଳେ ‘ଏ’ ଗ୍ରେଡ ଧାନର କ୍ରୟମୂଲ୍ୟ କୁଇଣ୍ଟାଲ ପିଛା ୧୮୩୫ଟଙ୍କା ଧାର୍ଯ୍ୟ କରାଯାଇଛି ବୋଲି ଜଣାଯାଇଛି। ବର୍ତ୍ତମାନ ସୁଦ୍ଧା ୧୩୯୫୮ଜଣ ଚାଷୀ ଧାନ ବିକ୍ରୟ ନିମନ୍ତେ ପଞ୍ଜିକରଣ କରିଛନ୍ତି। ମଣ୍ଡିଗୁଡିକରେ ଧାନକ୍ରୟ ସମ୍ବନ୍ଧୀୟ ସୂଚନା ଦେବା ନିମନ୍ତେ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ପ୍ରଚାର ପ୍ରସାର ବ୍ୟବସ୍ଥା କରାଯିବ ା ଧାନକ୍ରୟ ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ସୋସାଇଟିସ୍ତରରେ କମିଟିମାନ ଗଠନ କରାଯିବ। ବୈଠକରେ ଉପସ୍ଥିତ ଚାଷୀ ପ୍ରତିନିଧି ପ୍ରସନ୍ନ କୁମାର ପଟେଲ, ଅରୁଣ କୁମାର ସାହୁ, ତରଣୀସେନ ପ୍ରଧାନ ପ୍ରମୁଖ ଧାନବିକ୍ରୟ ସମୟରେ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ା ବୈଠକ ପ୍ରାରମ୍ଭରେ ଯୋଗାଣ ଅଧିକାରୀ ସୁରେନ୍ଦ୍ର କୁମାର ପାଢୀ ସମସ୍ତଙ୍କୁ ସ୍ବାଗତ ଜଣାଇବା ସଙ୍ଗେ ସଙ୍ଗେ ଆଲୋଚ୍ୟ ବିଷୟବସ୍ତୁ ଉପସ୍ଥାପନ କରିଥିଲେ। ବୈଠକରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲା କୃଷି ଅଧିକାରୀ, ଲିଡବ୍ୟାଙ୍କ ମ୍ୟାନେଜର, ଏ.ଆର.ସି.ଏସ., ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ, ଜିଲା ସମାଜ ମଙ୍ଗଳ ଅଧିକାରୀ, କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ, ଯୋଗାଣ ବିଭାଗର କ୍ଷେତ୍ର ଅଧିକାରୀମାନଙ୍କ ସହିତ ମିଲରମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri