ଦେବଗଡ଼ ଜିଲାସ୍ତରୀୟ ଶିଶୁ ଉତ୍ସବ ମହକ : ଶିଶୁଙ୍କ ସହ ନାଚିଲେ ଶିଶୁ ସୁରକ୍ଷା ଅଧିକାରୀ

ଦେବଗଡ଼, ୭ା୧୧(ଡ଼ି.ଏନ.ଏ.)-ଦେବଗଡ଼ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଶିଶୁ ଆଶ୍ରୟ ଗୃହର ଶିଶୁମାନଙ୍କ ପାଇଁ ‘ଶିଶୁ ଉତ୍ସବ ମହକ-୨୦୧୯ ଶିଶୁ ଆଶ୍ରୟ ଗୃହ ସପୋର୍ଟରେ ଆୟୋଜିତ ହୋଇଯାଇଛି ା ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଡ଼େପୁଟି କଲେକ୍ଟର ସିପ୍ରା ସେଠୀ ଯୋଗ ଦେଇ ଅନ୍ତେବାସୀମାନଙ୍କ ଉନ୍ନତି କାମନା କରିଥିଲେ ା ସେହିପରି ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଅତୁଲ୍ୟ ପୂଜରୀ, ଡ଼େପୁଟି କଲେକ୍ଟର ବିକ୍ରାଣୀ କିସ୍‌ପଟ୍ଟା,ଜିଲା ଶ୍ରମ ଅଧିକାରୀ ପ୍ରସନ୍ନ ସିଂ,ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧିର ନାଇ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଜୟ କୁମାର ମିଶ୍ର, ଜିଲା ସଂସ୍କୃତି ପରିଷଦର ସଂଯୋଜକ ଦିଲୀପ କୁମାର ଗୁରୁ ଓ ପ୍ରସାର ଭାରତୀ ତଥା ଦୂରଦର୍ଶନର ଜିଲା ପ୍ରତିନିଧି ସୁଜାତା ସାହୁ ଅନ୍ୟତମ ଅତିଥିଭାବେ ଯୋଗଦେଇ ଶିଶୁମାନଙ୍କୁ ଉସତ୍ାହିତ କରି ମିଷ୍ଠାନ୍ନ ବଣ୍ଟନ କରିଥିଲେ ା ଶିଶୁ ଗୃହର ଶିଶୁ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ କଳାପ୍ରତିଭାକୁ ପ୍ରଦର୍ଶନ କରିଥିଲେ ା ଦୁଇଗୋଟି ଦଳଗତ ନୃତ୍ୟକୁ ଆସନ୍ତା ନଭେମ୍ବର ଆଠ ତାରିଖରେ ସମ୍ବଲପୁରଠାରେ ଆୟୋଜିତ ହେବାକୁ ଥିବା ଆର୍‌.ଡ଼ି.ସି. ସ୍ତରୀୟ ଉସତ୍ବରେ ପ୍ରଦର୍ଶନ କରିବା ପାଇଁ ବିବେଚିତ ହୋଇଛନ୍ତି। କାର୍ଯ୍ୟକ୍ରମକୁ ସୁରକ୍ଷା ଅଧିକାରୀ ଚିନ୍ମୟ ସ୍ବାଇଁ,ସୁଭଦ୍ର ସାହୁ,ଲିପନ ପ୍ରଧାନ,ମୀନକେତନ ବେହେରା,ଚନ୍ଦନ ସାହୁ, ସୁପ୍ରିୟା ମହାପାତ୍ର ଓ ସପୋର୍ଟ ଶିଶୁ ଗୃହର ନିର୍ଦ୍ଦେଶକ ଚନ୍ଦ୍ର ଶେଖର ସାହୁ ପ୍ରମୁଖ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri