ଦେବଗଡ଼ରୁ ବାଘ ଛାଲ ଜବତ ଘଟଣା: ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା ଏନ୍‌ଟିସିଏ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବଗଡ଼ ଜିଲାରୁ ଜବତ ହୋଇଥିବା କଲରାପତରିଆ ବାଘ ଛାଲ ଜବତ ଘଟଣାରେ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ଏହି ଘଟଣାରେ କ’ଣ ପଦକ୍ଷେପ ନିଆଯାଇଛି, ତା’ର ଏକ ବିସ୍ତୃତ ରିପୋର୍ଟ ଦେବାକୁ ସୋମବାର ଏନ୍‌ଟିସିଏ ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କୁ ଚିଠି ଲେଖିଛନ୍ତି। ସୂଚନାଯୋଗ୍ୟ, ଗତ ଶୁକ୍ରବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ପକ୍ଷରୁ ଦେବଗଡ଼ ଜିଲାରୁ ୭ ଫୁଟର ଏକ କଲରାପତରିଆ ବାଘ ଛାଲ ଜବତ କରାଯିବା ସହ ୩ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣ ଜେଲ୍‌ ବିଭାଗ କର୍ମଚାରୀଙ୍କ ପୁଅ ଥିବା ସୂଚନା ମିଳିଛି। ଅଭିଯୁକ୍ତମାନେ ହେଲେ ରମଣୀସେନ ବେହେରା, ଯଜ୍ଞଦତ୍ତ ବେହେରା ଓ ଶଚିକାନ୍ତ ନାୟକ। ରମଣୀସେନ ଏହି ମାମଲାର ମାଷ୍ଟରମାଇଣ୍ଡ ବୋଲି ଜଣାପଡ଼ିଛି। ରାଉରକେଲାରେ ବାଘ ଛାଲ ବିକ୍ରି କରିବା ପାଇଁ ଅଭିଯୁକ୍ତମାନେ ଯୋଜନା କରୁଥିଲେ ବୋଲି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଡିଆଇଜି ଆଶିଷ ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri