ଦେବଗଡ଼ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଦେବଗଡ଼,୧।୩(ଡି.ଏନ.ଏ.)-ଦେବଗଡ଼ ମନ୍ଦାକିନୀ ବାଳିକା ଉନ୍ନୀତ ବିଦ୍ୟାଳୟରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ସୁବଣ୍ଣର୍ର୍ କପରଦାରଙ୍କ ତତ୍ତ୍ୱାବଧାନରେ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ା ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନ , ବାୟୁ ପ୍ରଦୂଷଣ ଓ ସ୍ବାସ୍ଥ୍ୟରକ୍ଷା ସମ୍ବନ୍ଧୀୟ ଜଣାଅଜଣା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ା ବିଚାରକ ଓ ଅତିଥି ଭାବେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଯୋଗଦେଇ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ା କାର୍ଯ୍ୟକ୍ରମ ଆୟୋଜନରେ ଶିକ୍ଷୟିତ୍ରୀ ଆନନ୍ଦିନୀ ଦାଶ, ମଳୟ ମଞ୍ଜରୀ ଦାଶ, ବିଜୟଲକ୍ଷ୍ମୀ ଆଚାର୍ଯ୍ୟ, ସଂଯୁକ୍ତା ସାହୁ, ମନ୍ଦାକିନୀ ସାହୁ ଓ ସଂଯୁକ୍ତା ରଣା ସହଯୋଗ କରିଥିଲେ ା ପ୍ରଧାନ ଶିକ୍ଷୟିତ୍ରୀ କପରଦାର ଧନ୍ୟବାଦ ଅର୍ପଣ କରିଥିଲେ ା ସେହିପରି ତିଲେଇବଣି ବ୍ଲକ ଅନ୍ତର୍ଗତ ସୁନାମୁଣ୍ଡା ଦେବଗଡ ଜବାହର ନବୋଦୟ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ା ମୁଖ୍ୟଅତିଥି ଭାବେ ବିଦ୍ୟାଳୟର ଅଧ୍ୟକ୍ଷ ଉତ୍ତମ କୁମାର ଯୋଗଦେଇ ଉକ୍ତ ସଭାକୁ ଉଦଘାଟନ କରିବା ସହ ବିଜ୍ଞାନ ପ୍ରତି ସମର୍ପିତ ହେବାପାଇଁ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ ା ବିଦ୍ୟାଳୟର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ତଥା ଓଡିଆ ଅଧ୍ୟାପକ ଡକ୍ଟର ସୁରେନ୍ଦ୍ରନାଥ ତ୍ରିପାଠୀ, ବିଦ୍ୟାଳୟର ଉପାଧ୍ୟକ୍ଷ ହରିହର ମିଶ୍ର ଓ ଜୀବ ବିଜ୍ଞାନ ଅଧ୍ୟାପିକା ଦୀପାଞ୍ଜଳୀ ଜେନା ପ୍ରମୁଖ ବିଜ୍ଞାନର ଉପାଦେୟତା ସମ୍ପର୍କରେ ଛାତ୍ରୀଛାତ୍ର ମାନଙ୍କୁ ବୁଝାଇଥିଲେ ା ଏହି ଅବସରରେ ବିଜ୍ଞାନ ପ୍ରକଳ୍ପ ନିମନ୍ତେ କନିଷ୍ଠ ଓ ବରିଷ୍ଠ ବର୍ଗର ଛାତ୍ରଛାତ୍ରୀ ବେଣୁଶଙ୍କର ମାଝୀ,ସୌରଭ ଗଡନାୟକ, ନିହାରୀକା ସିଂସାମନ୍ତ, ପ୍ରଦ୍ୟୁମ୍ନ ରାଉତ ଓ ସୌମ୍ୟଯୁକ୍ତାଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ା ଛାତ୍ର ଦେବକାନ୍ତ ବେହେରା ଏହି ସଭାକୁ ପରିଚାଳନା କରିଥିବାବେଳେ ଛାତ୍ର ଅଭୟ କୁମାର ବେହେରା ଓ ଲିଙ୍କନ ପ୍ରଧାନ ବିଜ୍ଞାନ ଦିବସ ବକ୍ତବ୍ୟ ପ୍ରଦାନ କରିଥିଲେ ା ଶେଷରେ ରସାୟନ ବିଜ୍ଞାନ ଅଧ୍ୟାପିକା ନିର୍ମଳାଦୀପ ଲାକ୍ରା ଧନ୍ୟବାଦ ଅର୍ପଣ କରିଥିଲେ ା ସୂଚନାଯୋଗ୍ୟ, ବିଜ୍ଞାନ ଅଧ୍ୟାପିକା ପଲ୍ଲବୀ ପାଢୀ ଓ ପଦାର୍ଥ ବିଜ୍ଞାନ ଅଧ୍ୟାପକ ରେୱନ ବରକରଙ୍କ ନେତୃତ୍ୱରେ ଏହି ବିଦ୍ୟାଳୟର ୮ କନିଷ୍ଠ ବୈଜ୍ଞାନିକ ଭୁବନେଶ୍ୱରସ୍ଥିତ ନାଇଜରକୁ ଯାଇ ପୁରସ୍କୃତ ହୋଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri