ଦେବଦମ୍ପତିଙ୍କ ବିବାହ ଉତ୍ସବ ସମ୍ପନ୍ନ

ପାଟଣା,୨୮।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା ଶଙ୍କର ଶିବ ମନ୍ଦିରରେ ବୁଧବାର ରାତିରେ ଦେବଦମ୍ପତିଙ୍କ ଦେବୀ ପାର୍ବତୀ ଓ ଦେବଦେବ ମହାଦେବଙ୍କ ବିବାହ କାର୍ଯ୍ୟ ଆଡ଼ମ୍ବରରେ ସମ୍ପନ୍ନ ହୋଇଛ। ଦେବଦମ୍ପତିଙ୍କ ବିବାହ ଉତ୍ସବ ସକାଶେ ମନ୍ଦିର ପରିସର ଶଙ୍ଖ ହୁଳହୁଳି କୀର୍ତ୍ତନ ସାଙ୍ଗକୁ ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଉଠିଥିଲା। ଦେବଦେବ ମହାଦେବ ଭକ୍ତ ବରଯାତ୍ରୀଙ୍କ ସହ ଗ୍ରାମର ବିଭିନ୍ନ ସାହି ପରିକ୍ରମା କରି ଶେଷରେ ମନ୍ଦିର ପ୍ରାଙ୍ଗଣରେ ପହଞ୍ଚିଥିଲେ। ପରେ ଯଥା ବିଧି ଅନୁଯାୟୀ ବୈଦିକ ରୀତିରେ ଦେବଦମ୍ପତିଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ସକାଶେ ସାମଜିକ ଦୁରତ୍ୱ ରକ୍ଷା କରି ପୁରୋହିତ ପୂଜାର୍ଚ୍ଚନା କରି ବିବାହ କାର୍ଯ୍ୟ ସମ୍ପନ୍ନ କରିଥିଲେ। ଏଥିପାଇଁ ମନ୍ଦିର କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବା ସହ ଶାନ୍ତି ଶୃଙ୍ଖଳା ପାଇଁ ତୁରୁମୁଙ୍ଗା ପୋଲିସ ମନ୍ଦିର ପରିସରରେ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri