ଦେବସ୍ନାନ ଅବ୍ୟବହିତ ପୂର୍ବରୁ ଲାଗୁହେବ ୧୪୪ ଧାରା: ସମୀକ୍ଷା କଲେ କଟକ ଉପଜିଲାପାଳ

ନିଶ୍ଚିନ୍ତକୋଇଲି,୩୦ା୫(ସ୍ବ.ପ୍ର.): ମହାପୁରୁଷ ଶ୍ରୀ ଶ୍ରୀ ଅଚ୍ୟୁତାନନ୍ଦଙ୍କ ଦେବସ୍ନାନ ଯାତ୍ରା ଆସନ୍ତା ୫ ତାରିଖ ରେ ଅନୁଷ୍ଠିତ ହେବ। ଏହି ଅବସରରେ ପୀଠରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ଶ୍ରଦ୍ଧାଳୁ ଭକ୍ତଙ୍କ ପାଇଁ ପ୍ରବେଶ ନିଷିଦ୍ଧ କରାଯାଇଛି। ଏନେଇ ପ୍ରଶାସନିକ ବୈଠକ ହେବା ପରେ ପୀଠର ଚତୁଃପାର୍ଶ୍ୱକୁ ଘେରାବନ୍ଦୀ କରିବା ସହ ଜୁନ୍‌ ୧ ତାରିଖ ସକାଳୁ ୬ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଇବା ପାଇଁ ନିଷ୍ପତ୍ତି ହୋଇଛି। ଶ୍ରଦ୍ଧାଳୁ ଭକ୍ତମାନେ ପୀଠକୁ ନ ଆସି ନିଜ ଘରେ ପୂଜାର୍ଚ୍ଚନା କରିପାରିବେ। ମହାପୁରୁଷଙ୍କ ପୀଠର ଚତୁଃପାର୍ଶ୍ୱରେ ଥିବା ଦେବଦେବୀ ମନ୍ଦିରରେ ମଧ୍ୟ ପାରମ୍ପରିକ ପୂଜା ପାଇଁ ପରାମର୍ଶ ଦିଆଯାଇଛି। ସ୍ଥାନୀୟ ସେବାକାରୀମାନଙ୍କୁ ନିଜ ନିଜ ସେବା ପାଇଁ ବିଭକ୍ତି କରଣ କରାଯାଇଛି ଓ ପର୍ଯ୍ୟାୟକ୍ରମେ ସେବା କରିବା ପାଇଁ ଅନୁମତି ଦିଆଯାଇଛି। ସାମାଜିକ ଦୂରତା ରକ୍ଷା କରିବା ସହ ମାସ୍କ ପିନ୍ଧି ପ୍ରଭୁଙ୍କର ନୀତିକ୍ରାନ୍ତି ସମାପନ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ପୀଠରେ ସେବାୟତ ଓ ବିଭିନ୍ନ ନିଯୋଗର ସେବକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କଟକ ଉପଜିଲାପାଳ ଶୁଭ୍ରାଂଶୁ ମିଶ୍ର ପୀଠକୁ ଯାଇ ଇତିମଧ୍ୟରେ ସମୀକ୍ଷା କରି ଫେରିଛନ୍ତି। ତହସିଲଦାର ଜିତେନ୍ଦ୍ର ପାତ୍ର, ଥାନାଧିକାରୀ ନିହାର ମହାନ୍ତି ପ୍ରମୁଖ ପୀଠ ଉପରେ କଡ଼ା ନଜର ରଖିଛନ୍ତି। ତେବେ କରୋନା ମହାମାରୀ ପାଇଁ ଦେବସ୍ନାନ ପୂର୍ଣ୍ଣିମାରେ ଭକ୍ତ ଓ ଭଗବାନଙ୍କର ମିଳନ ଉପରେ ପୂର୍ଣ୍ଣଛେଦ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି।…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri