ଦେବାଳିଆ ହେଲା ଅନିଲ ଅମ୍ବାନୀଙ୍କ ଆଉ ଏକ କମ୍ପାନୀ

ନୂଆଦିଲ୍ଲୀ,୧୭-୯: ଶିଳ୍ପପତି ଅନିଲ ଅମ୍ବାନୀଙ୍କ ମାଲିକାନାରେ ଥିବା ଆଉ ଏକ କମ୍ପାନୀ ଦେବାଳିଆ ହୋଇଗଲାଣି। ଋଣରେ ବୁଡ଼ି ରହିଥିବା ଟେଲିକମ୍‌ କମ୍ପାନୀ ରିଲାଏନ୍ସ କମ୍ୟୁନିକେଶନ୍ସର ଏକ ସହଯୋଗୀ କମ୍ପାନୀ ଜିସିଏକ୍ସ ଲିମିଟେଡ ନିଜକୁ ଦେବାଳିଆ ଘୋଷଣା ଲାଗି ଆଇବିସି କୋର୍ଟରେ ଆବେଦନ କରିଛି ବୋଲି ମିଡିଆ ରିପୋର୍ଟ ପ୍ରକାଶ ପାଇଛି। ଉଲ୍ଲେଖଥାଉ କି, ସମୁଦ୍ର ତଳେ ବିଶ୍ୱର ସର୍ବବୃହତ ଘରୋଇ କେବଳ ସିଷ୍ଟମ ଜିସିଏକ୍ସ ନିକଟରେ ରହିଛି। ୩୫ କୋଟି ଡଲାର ୭% ବଣ୍ଡ ପେମେଣ୍ଟ ଦେବାରେ ବିଫଳ ହେବା ପରେ କମ୍ପାନୀ ଉକ୍ତ ପଦକ୍ଷେପ ଗ୍ରହଣ କରିଛି। ଏଥିପୂର୍ବରୁ ରିଲାଏନ୍ସ କମ୍ୟୁନିକେଶନ୍ସ ନିଜକୁ ଦେବାଳିଆ ଘୋଷଣା ପାଇଁ ଆଇବିସି କୋର୍ଟରେ ଆବେଦନ କରିସାରିଛି। ଋଣବୋଝକୁ କମାଇବା ଲକ୍ଷ୍ୟରେ ରିଲାଏନ୍ସ ଗ୍ରୁପ୍‌ ରୋଡ୍‌ରୁ ରେଡିଓ ଷ୍ଟେଶନ ପର୍ଯ୍ୟନ୍ତ ବିକ୍ରି କରି ୨୧,୭୦୦ କୋଟି ଟଙ୍କା ଯୋଗାଡ କରିବାକୁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri