ଦେଶରେ କରୋନା ନେଲାଣି ୩୫୮ ମୁଣ୍ଡ

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ଭୂତାଣୁ ଗୋଟିକ ପରେ ଗୋଟିଏ ମୁଣ୍ଡ ନେଇ ଲାଗିଛି। ସୋମବାର ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦,୪୫୩ରେ ପହଞ୍ଚିଥିବାବେଳେ ୩୫୮ଜଣଙ୍କ ମୃତ୍ୟୁ ଘଟିଲାଣି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ତାଲିକାରେ ରହିଛିି ମହାରାଷ୍ଟ୍ର। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୨,୩୩୪ରେ ପହଞ୍ଚି ଥିବାବେଳେ ମୃତ୍ୟୁସଂଖ୍ୟା ୧୬୦ ରହିଛି। ଗୋଟିଏ ଦିନରେ ଏଠି ୩୫୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତାମିଲନାଡ଼ୁରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧,୧୭୩ରେ ପହଞ୍ଚିଛି। ଏହି ରାଜ୍ୟରେ ୧୧ଜଣ ବ୍ୟକ୍ତି କରୋନା ଭୂତାଣୁରେ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟାରେ ଏଠାରେ ୯୮ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜଧାନୀ ଦିଲ୍ଲୀରେ ଏହି ମହାମାରୀ ଭୂତାଣୁ ୧,୫୧୦ ଲୋକଙ୍କୁ କବଳିତ କରିଥିବା ବେଳେ ମୃତ୍ୟୁସଂଖ୍ୟା ୨୮କୁ ଛୁଇଁଛି। ରାଜସ୍ଥାନରେ ଅଦ୍ୟାବଧି ୮୯୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ଏଠାରେ ୧୧ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି। ମଧ୍ୟପ୍ରଦେଶରେ ୫୦ ମୁଣ୍ଡ ଗଡ଼ିଲାଣି। ନୂଆ ୫୨ ସଂକ୍ରମିତଙ୍କୁ ମିଶାଇ ଏଠାରେ ମୋଟ ୬୧୪ ରୋଗୀ ରହିଥିବା ଜଣାପଡ଼ିଛି। ଗୁଜରାଟରେ ୫୭୨ ଆକ୍ରାନ୍ତ ଥିବାବେଳେ ମୃତ୍ୟୁସଂଖ୍ୟା ୨୬ ରହିଛି। ଅନ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ ତେଲଙ୍ଗାନାରେ ୫୯୨ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୭ ରହିଛି। ସେହିଭଳି କେରଳରେ ୨ ଜୀବନ ଯାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୩୭୮ରେ ପହଞ୍ଚିଛି। ଉତ୍ତରପ୍ରଦେଶରେ ୫୫୮ କରୋନା ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୫ ରହିଛି। ଆନ୍ଧ୍ରପ୍ରଦେଶରେ ୪୩୯, କର୍ନାଟକରେ ୨୪୭, ଜମ୍ମୁ-କଶ୍ମୀରରେ ୨୭୦, ପଞ୍ଜାବରେ ୧୭୬, ହରିୟାଣାରେ ୧୯୬ ଆକ୍ରାନ୍ତ ଥିବା ଜଣାପଡ଼ିଛି। ଲକ୍‌ଡାଉନ୍‌ ସମୟରେ ସମସ୍ତେ ଘରେ ରହିବା ସହ ସାମାଜିକ ଦୂରତ୍ୱ ଅବଲମ୍ବନ କରିବା ଲାଗି କୁହାଯାଇଛି। ତଥାପି କରୋନା ଭୂତାଣୁ କାୟାବିସ୍ତାର କରିବାରେ ଲାଗିଛି। ସଂକ୍ରମଣର ମାତ୍ରା ବୃଦ୍ଧିପାଇବାରେ ଲାଗିଛି। ଯାହାକି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସାରା ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ୍‌ ଅବଧି ମଙ୍ଗଳବାର ଶେଷ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ତେଣୁ ଏହି ସମୟରେ ପ୍ରଧାନମନ୍ତ୍ରୀ ଲକ୍‌ଡାଉନ୍‌କୁ ଆଉ କିଛିଦିନ ବୃଦ୍ଧି କରିପାରନ୍ତି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?