Posted inଜାତୀୟ

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫ରେ ପହଞ୍ଚିଲା: ଜଣେ ମୃତ

ନୂଆଦିଲ୍ଲୀ,୧୩।୩: ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ୭୫ ଜଣ କରୋନା ଭାଇରସରେ ସଂକ୍ରମିତ ହେବା ସହ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କର୍ନାଟକରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କର କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହୋଇଥିବା କହିଛନ୍ତି କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ। କର୍ନାଟକର କାଲମୁର୍ଗିରେ ମାର୍ଚ୍ଚ ୧୦ରେ ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଏବେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିବା ପରେ ଏହା ଭାରତର ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ ବୋଲି କୁହାଯାଇଛି। ତେବେ ସଂକ୍ରମିତଙ୍କ ମଧ୍ୟରେ ୫୮ ଜଣ ଭାରତୀୟ ଥିବା ବେଳେ ୧୭ ବିଦେଶୀ ନାଗରିକ ରହିଛନ୍ତି। କେରଳରେ କେବଳ ୧୭ କରୋନା ଭାଇରସ ପଜିଟିଭ ଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୩ ସୁସ୍ଥ ହୋଇସାରିଛନ୍ତି। ହରିୟାଣାରେ ୧୪ ଜଣ କୋଭିଡ ୧୯ ବା ନୋଭେଲ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୬ ମହାରାଷ୍ଟ୍ରରେ ୧୧ ଓ ଉତ୍ତର ପ୍ରଦେଶରେ ୧୦ ଜଣ ପଜିଟିଭ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri