Posted inଜାତୀୟ

ଦେଶରେ କରୋନା ସଙ୍କଟ ଜାରି: ୨୪ ଘଣ୍ଟାରେ ୨୦୦୩ ମୃତ, ୧୦,୯୭୪ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୯୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫ ହୋଇଛି । ସେହିପରି ୨୪ ଘଣ୍ଟାରେ ଦେଶରେ ୨୦୦୩ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୩ ଲକ୍ଷ ୫୪ ହଜାର ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୮୬ ହଜାର ୯୩୪ ଜଣ ସୁସ୍ଥ ହୋଇଥିବା ବେଳେ ୧୧ହଜାର ୯୦୩ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୧ ଲକ୍ଷ ୫୫ ହଜାର ୨୨୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ୫ ହଜାର ୫୩୭ ଲୋକଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧ ଲକ୍ଷ ୧୩ ହଜାର ୪୪୫ରେ ପହଞ୍ଚିଛି। ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୧୮୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହଜାର ୬୮୮ ହୋଇଛି। ସେଥିମଧ୍ୟରୁ ୧୮୩୭ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri