Posted inଜାତୀୟ

ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୩,୫୮୬ ଆକ୍ରାନ୍ତ, ୩୩୬ ମୃତ

ନୂଆଦିଲ୍ଲୀ,୧୯।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୮୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୫୩୨ ହୋଇଛି । ସେହିପରି ୨୪ ଘଣ୍ଟାରେ ଦେଶରେ ୩୩୬ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୩ ଲକ୍ଷ ୮୦ ହଜାର ୫୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୪ ହଜାର ୭୧୦ ଜଣ ସୁସ୍ଥ ହୋଇଥିବା ବେଳେ ୧୨ହଜାର ୫୭୩ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୧ ଲକ୍ଷ ୬୩ ହଜାର ୨୪୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ୫ ହଜାର ୭୫୧ ଲୋକଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧ ଲକ୍ଷ ୨୦ ହଜାର ୫୦୪ରେ ପହଞ୍ଚିଛି। ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୨୮୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ହୋଇଛି। ସେଥିମଧ୍ୟରୁ ୧୯୬୯ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri