ଦେଶରେ ଆର୍ଥିକ ମାନ୍ଦାବସ୍ଥା: ଅଟୋ ଶିଳ୍ପ ଉପରେ ଝୁଲୁଛି ଛଟେଇ ଖଣ୍ଡା;ଅଶୋକ ଲେଲାଣ୍ଡ୍‌ ୧୮ ଦିନ ରହିବ ବନ୍ଦ

ନୂଆଦିଲ୍ଲୀ,୯।୯: ଦେଶର ଆର୍ଥିକ ସ୍ଥିତି ଏବେ ସଙ୍କଟ ଦେଇ ଗତି କରୁଛି। ସୃଷ୍ଟି ହୋଇଥିବା ମାନ୍ଦାବସ୍ଥାର ସିଧାସଳଖ ପ୍ରଭାବ ଅଟୋ ଶିଳ୍ପ ଉପରେ ପଡ଼ିଛି। ଇତିମଧ୍ୟରେ ଏହି ଶିଳ୍ପରେ ୩ ଲକ୍ଷ ୫୦ ହଜାର କର୍ମଚାରୀ ଛଟେଇ ହୋଇଛନ୍ତି। ଫଳରେ ବେକାର ସଂଖ୍ୟା ବଢ଼ିବାରେ ଲାଗିଛି। ଜିଏସ୍‌ଟି ବୃଦ୍ଧି ଯୋଗୁ ସୃଷ୍ଟି ହୋଇଥିବା ମାନ୍ଦାବସ୍ଥାର ଏହାର ପ୍ରଭାବ ବୋଲି ଅର୍ଥନୀତିଜ୍ଞ ମତପୋଷଣ କରିଛନ୍ତି। ଅଶୋକ ଲେଲାଣ୍ଡ, ମାରୁତି ସମେତ ଅନ୍ୟ କମ୍ପାନୀଗୁଡ଼ିକର କାରବାର ବହୁ ପରିମାଣରେ ହ୍ରାସ ପାଇଛି। ଅଶୋକ ଲେଲାଣ୍ଡ୍‌ କ୍ଷତି ଭରଣା କରିବାକୁ ସେପ୍ଟେମ୍ବର ମାସରେ ଏହାର କାରଖାନାଗୁଡ଼ିକୁ ୫ରୁ ୧୮ ଦିନ ପର୍ଯ୍ୟନ୍ତ ବନ୍ଦ ରଖିବ ବୋଲି ନିଷ୍ପତ୍ତି ନେଇଛି। ସେହିପରି ମାରୁତି ଇତି ମଧ୍ୟରେ ଏହାର ୩ ହଜାର ଅସ୍ଥାୟୀ କର୍ମଚାରୀଙ୍କୁ ଛଟେଇ କରିଛି। ଏହା ସହିତ ମାରୁତି ନିଜର ଉତ୍ପାଦନ ମଧ୍ୟ ହ୍ରାସ କରିଛି। ଗତ ୧୦ ମାସ ଧରି ଅଟୋ ଶିଳ୍ପରେ ଏଭଳି ସ୍ଥିତି ଜାରି ରହିଛି। ଅଗଷ୍ଟ ମାସରେ ବିଭିନ୍ନ ଯାନବାହନ ବିକ୍ରିରେ ୨୯ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ପରିଲକ୍ଷିତ ହୋଇଛି। ଏନେଇ ଅଟୋ ଶିଳ୍ପ ପକ୍ଷରୁ ଜିଏସ୍‌ଟିକୁ ୨୮ରୁ ୧୮ ପ୍ରତିଶତକୁ କମ୍‌ କରାଇବା ପାଇଁ ଦାବି ହୋଇଛି। ସେପ୍ଟେମ୍ବର ୨୦ରେ ଗୋଆରେ ଜିଏସ୍‌ଟି କାଉନସେଲିଂ ବୈଠକ ହେବ। ଏହାକୁ ଉତ୍ସୁକତାର ସହିତ ଅଟୋ ଶିଳ୍ପଗୁଡ଼ିକ ଅପେକ୍ଷା କରିଛନ୍ତି। ଯଦି ଏଥିରେ ଜିଏସ୍‌ଟି ହ୍ରାସ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଏ ତେବେ ଅଟୋ ଶିଳ୍ପ ପାଇଁ ଏହା ଉପଯୋଗୀ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri