Posted inଜାତୀୟ

ଦେଶରେ ଲାଗୁହେଲା ସିଏଏ

ନୂଆଦିଲ୍ଲୀ,୧୧ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଶୁକ୍ରବାରଠାରୁ ଦେଶରେ ଲାଗୁ କରାଯାଇଥିବା କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଗେଜେଟ ବିଜ୍ଞପ୍ତି ଅନୁଯାୟୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧର୍ମୀୟ ବିଦ୍ୱେଷର ଶିକାର ହୋଇ ଭାରତରେ ଆଶ୍ରୟ ନେଇଥିବା ଅଣମୁସଲମାନ ଶରଣାର୍ଥୀମାନଙ୍କୁ ଏହି ଆଇନରେ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ଏହି ବିଲ୍‌ ଡିସେମ୍ବର ୧୧ରେ ପାର୍ଲାମେଣ୍ଟର ଅନୁମୋଦନ ଲାଭ କରିଥିଲା। ସିଏଏ ଅନୁଯାୟୀ ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରୁ ଧର୍ମୀୟ ବିଦ୍ୱେଷର ସମ୍ମୁଖୀନ ହୋଇ ୨୦୧୪ ଡିସେମ୍ବର ୩୧ ପୂର୍ବରୁ ପଳାଇ ଆସିଥିବା ହିନ୍ଦୁ, ଶିଖ୍‌, ବୌଦ୍ଧ, ଜୈନ, ପାର୍ସି ଓ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଲୋକମାନଙ୍କୁ ଆଉ ବେଆଇନ ଶରଣାର୍ଥୀ ବିବେଚିତ କରା ନ ଯାଇ ସେମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ତେବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏ ପର୍ଯ୍ୟନ୍ତ ଏହି ଆଇନ ପାଇଁ ନିୟମାବଳୀ ଧାର୍ଯ୍ୟ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri