ଦେଶରେ ୨୪ ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ଭାଇରସର ସଂକ୍ରମଣ ଏବେ କମ୍‌ ହେବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଯାହା ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୨,୨୯୩ କରୋନା ପଜିଟିଭ ଚିହ୍ନଟ ହେବା ଫଳରେ ଏହାର ଭୟାବହତାକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ବିଗତ ଦିନ ତୁଳନାରେ ଏହା ସର୍ବାଧିକ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୭୧ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାକୁ ନେଇ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭,୩୩୬ରେ ପହଞ୍ଚିଛି। ଏବେସୁଦ୍ଧା କରୋନା ସଂକ୍ରମଣରେ ଭାରତରେ ୧,୨୧୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯,୯୫୧ ଜଣ ସୁସ୍ଥ ହୋଇଛନ୍ତି। ମହାରାଷ୍ଟ୍ରରେ ସର୍ବାଧିକ ୧୧,୫୦୬ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୪୮୫ ଜଣଙ୍କ ମୃତ୍ୟୁ ହେଲାଣି ଓ ୧,୮୭୯ ଜଣ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ, ଆମେରିକାରେ କରୋନା ତାଣ୍ଡବ ରଚିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ସେଠାରେ ୧,୮୮୩ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା କହିଛି ଜନ୍ସ ହପକିନ୍ସ ୟୁନିଭର୍ସିଟି। ଭାରତରେ ଏବେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ଆମେରିକାଠାରୁ ଅଧିକ ହୋଇଥିବାରୁ ଏହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri