ଦେଶୀ ଲୁକ୍‌ରେ ନୋବେଲ ପୁରସ୍କାର ଗ୍ରହଣ କଲେ ଅଭିଜିତ୍‌ ବାନାର୍ଜୀ

ଷ୍ଟକହୋମ, ୧୧।୧୨: ସମ୍ପୂର୍ଣ୍ଣ ଭାରତୀୟ ଲୁକ୍‌ରେ ନୋବେଲ ପୁରସ୍କାର ଗ୍ରହଣ କରିଛନ୍ତି ଭାରତୀୟ ମୂଳର ପ୍ରଫେସର ଅଭିଜିତ୍‌ ବାନାର୍ଜୀ। ସେ ଧୋତି ପିନ୍ଧିଥିବାବେଳେ ତାଙ୍କ ସ୍ତ୍ରୀ ଇସ୍ତର୍‌ ଡୁଫ୍ଲୋ ମଧ୍ୟ ଶାଢି ପିନ୍ଧିଥିବାର ନଜର ଆସିଥିଲେ। ସ୍ବିଡେନର ଷ୍ଟକ୍‌ହୋମ କନସର୍ଟ ହଲରେ ଏହି ପୁରସ୍କାର ସମାରୋହ ଆୟୋଜନ କରାଯାଇଥିଲା। ସୂଚନାଯୋଗ୍ୟ, ଚଳିତ ଥର ୩ ଜଣଙ୍କୁ ସଂଯୁକ୍ତ ଭାବେ ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବ ବୋଲି ନୋବେଲ କମିଟି ପକ୍ଷରୁ ଘୋଷଣା କରାଯାଇଥିଲା। ଅଭିଜିତ୍‌ବାନାର୍ଜୀ(୫୭)ଙ୍କ ସହ ଏହି ନୋବେଲ ପାଇବାକୁ ଥିବା ଅନ୍ୟ ୨ଜଣ ହେଲେ ଅର୍ଥନୀତିଜ୍ଞ ଅଭିଜିତ୍‌ଙ୍କର ସ୍ତ୍ରୀ ଇସ୍ତର ଡୁଫ୍ଲୋ(୪୭) ଏବଂ ହାବାର୍ଡ ବିଶ୍ୱବିଦ୍ୟାଳୟର ଅର୍ଥନୀତି ପ୍ରଫେସର ମାଇକେଲ କ୍ରେମର (୫୪) ଅଟନ୍ତି । ବିଶ୍ୱରୁ ଦାରିଦ୍ର୍ୟ ହ୍ରାସ କରିବା ଦିଗରେ କାର୍ଯ୍ୟ ପାଇଁ ଅଭିଜିତ୍‌, ଇସ୍ତର ଏବଂ ମାଇକେଲଙ୍କୁ ଅର୍ଥନୀତିରେ ସର୍ବୋଚ୍ଚ ପୁରସ୍କାର ମିଳିଛି। ଇସ୍ତର ଫ୍ରାନ୍ସର ମୂଳ ବାସିନ୍ଦା ଥିବାବେଳେ ସେ ଏବେ ମାସାଚୁସେଟସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିର ପ୍ରଫେସର ଅଛନ୍ତି। ଅପରପକ୍ଷରେ କ୍ରେମର ଆମେରିକୀୟ ଅର୍ଥନୀତିଜ୍ଞ ହୋଇଥିବାବେଳେ ସେ ଆମେରିକାନ ଏକାଡେମୀ ଅଫ ଆର୍ଟ ଆଣ୍ଡ୍‌ ସାଇନ୍ସ ସହ ଜଡିତ ଅଛନ୍ତି। ଏଥିସହିତ ଦୀର୍ଘ ୨୧ ବର୍ଷ ପରେ ଅଭିଜିତ୍‌ ବାନାର୍ଜୀଙ୍କ ରୂପରେ କୌଣସି ଭାରତୀୟ ବଂଶୋଦ୍ଭବଙ୍କୁ ନୋବେଲ ଅର୍ଥନୀତି ପୁରସ୍କାର ମିଳିଛି। ଅଭିଜିତ୍‌ଙ୍କ ପୂର୍ବରୁ ୧୯୯୮ ମସିହାରେ ହାବାର୍ଡ ବିଶ୍ୱବିଦ୍ୟାଳୟର ଅର୍ଥନୀତି ପ୍ରଫେସର ଅମର୍ତ୍ତ୍ୟ ସେନଙ୍କୁ ଅର୍ଥନୀତିରେ ନୋବେଲ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri