ଦୈତାରୀରେ ଦନ୍ତା ଆତଙ୍କ: ଘର ଭାଙ୍ଗିଲା, ଆକ୍ରମଣରେ ସିଆଇଏସ୍‌ଏଫ୍‌ ଯବାନ ଗୁରୁତର

କେନ୍ଦୁଝର,୧୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଖଣି ଅଞ୍ଚଳରେ ପ୍ରଥମେ ବାଘ ପରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ହାତୀ ଉପଦ୍ରବରେ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ଜଣେ ସିଆଇଏସ୍‌ଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି। ଯବାନଜଣକ ହେଲେ ବଙ୍ଗାଳୀ ସୋରେନ। ଦୈତାରି ଥାନା ନିକଟରେ ଗୁରୁବାର ରାତିରେ ବଣୁଆ ଦନ୍ତା ହାତୀ ବଙ୍ଗାଳୀଙ୍କ ଘର ଭାଙ୍ଗିବା ସହ ପେଟକୁ ଭୁସି ଦେଇଛି। ତାଙ୍କୁ ଚିକିତ୍ସା ଲାଗି କଳିଙ୍ଗନଗର ସ୍ଥିତ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେ ଜଣେ ସିଆଇଏସ୍‌ଏଫ୍‌ ଯବାନ ଭାବେ ରାଉରକେଲାରେ ଚାକିରି କରୁଛନ୍ତି । ମକର ସଂକ୍ରାନ୍ତି ଉପଲକ୍ଷେ ଛୁଟି କଟାଇବା ପାଇଁ ଘରକୁ ଆସିଥିବା ବେଳେ ଏଭଳି ଅଘଟଣ ଘଟିଛି।

ପ୍ରକାଶ ଯେ, ରାତିରେ ଦୈତାରୀର ଫର୍ଟି ଟୁନାମେଣ୍ଟ ଅଞ୍ଚଳର କୁନା ସୋରେନ ଓ ବଙ୍ଗାଳି ସୋରେନ ଘରେ ଶୋଇଥିବା ବେଳେ ଏକ ଦନ୍ତା ହାତୀ ଆସି ପ୍ରଥମେ ଘରକୁ ଭାଙ୍ଗିଥିଲା । ଘର ଭାଙ୍ଗିବା ଶବ୍ଦ ଶୁଣି କୁନା ଗ୍ରୀଲ ପାଖକୁ ଆସି ହାତୀ ଘର ଭାଙ୍ଗୁଥିବାର ଦୃଶ୍ୟ ଦେଖିଥିଲେ । କୁନା ତାର ଭାଇ ବଙ୍ଗାଳୀ ଏବଂ ଘରର ସମସ୍ତ ସଦସ୍ୟଙ୍କୁ ଉଠାଇ ଘଟଣା ସମ୍ପର୍କରେ ଜଣାଇଥିଲେ। ଜୀବନ ବଞ୍ଚାଇବାକୁ ଯାଇ ଘର ବାହାରକୁ ଦୈାଡି ପଳାଉଥିବା ସମୟରେ ହାତୀଟି ଦୈାଡି ଯାଇ ଘରର କିଛି ଦୂରରେ ବଙ୍ଗାଳୀକୁ ମରଣାନ୍ତକ ଆକ୍ରମଣ କରିଥିଲା। ପରିବାରର ଅନ୍ୟ ସଦସ୍ୟମାନେ ବର୍ତ୍ତି ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇ ବଙ୍ଗାଳୀ ଗୁରୁତର ହୋଇଛନ୍ତି। ଖବର ପାଇ ବନବିଭାଗର ଉଚ୍ଚପଦସ୍ଥ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଆହତ ପରିବାର ଓ ସରପଞ୍ଚ ସହ ଆଲୋଚନା କରିଥିଲେ। ଏଥିସହ ସରକାରଙ୍କ ନିୟମ ଅନୁଯାୟୀ ସହାୟତା ରାଶି ପ୍ରଦାନ କରାଯିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri