ଦୈନିକ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷଣ: ୧୫,୮୯୨ ଟିଏମ୍‌ସିରେ ୭,୦୨,୯୦୦ ଶଯ୍ୟା

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ବାହାର ରାଜ୍ୟରୁ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପରେ ପଞ୍ଚାୟତ ଓ ମ୍ୟୁନିସିପାଲିଟିରେ ହୋଇଥିବା ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି)ରେ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି। ବିଶେଷକରି ଗ୍ରାମାଞ୍ଚଳରେ କ୍ବାରାଣ୍ଟାଇନ୍‌ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୫,୮୯୨ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ମୋଟ ୭,୦୨,୯୦୦ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଏମାନଙ୍କ ପାଇଁ ସ୍ବତନ୍ତ୍ର ନିୟମ ଓ କଟକଣା କରାଯାଇଛି। ତେବେ ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମେ ୨୦ରୁ ୨୧ ତାରିଖ ୨୪ ଘଣ୍ଟା ମଧ୍ୟରେ ୮ଟି ମାମଲା ଦାଏର କରାଯାଇଛି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ ଓ ବିଭିନ୍ନ ଅଭିଯୋଗରେ ୨୪ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଏବେ ଦୈନିକ ୩ହଜାରରୁ ଊର୍ଦ୍ଧ୍ୱ ନମୁନା ପରୀକ୍ଷଣ କରାଯାଉଛି। ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷା କରାଯାଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରେସ୍‌ ବିବୃତିରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri