ଦୋକାନ ବାରଣ୍ଡାରେ ଦିବ୍ୟାଙ୍ଗ ପରିବାର ମୁଣ୍ଡ ଗୁଞ୍ଜିବା ଘଟଣା: କ୍ଷେତ୍ର ପରିଦର୍ଶନ କରି ସ୍ଥିତି ସମୀକ୍ଷା କଲେ ତହସିଲଦାର

ରସୁଲପୁର,୨|୮(ଡିଏନ୍‌ଏ)- ରସୁଲପୁର ତହସିଲ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ଖଣ୍ଡାସ ରାଜସ୍ବ ଗ୍ରାମର ସରକାରୀ ଜାଗାରେ ବାସ କରୁଥିବା ଦିବ୍ୟାଙ୍ଗ ଦେବକୀ ପରିବାର ଫନୀ ବାତ୍ୟା ଯୋଗୁ ବାସହରା ହୋଇଯାଇଥିଲେ। ଏହା ଭିତରେ ୩ମାସ ବିତିଯାଇଥିଲେ ହେଁ ଉକ୍ତ ପରିବାରକୁ କୌଣସି ସରକାରୀ ସହାୟତା ମିଳି ନ ଥିଲା ା ଫଳରେ ଦିବ୍ୟାଙ୍ଗ ପରିବାର ଦୋକାନ ବାରଣ୍ଡାରେ ମୁଣ୍ଡ ଗୁଞ୍ଜିଥିବା ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଘଟଣା ସମ୍ପର୍କରେ ତଦନ୍ତ କରାଯିବା ନେଇ ରସୁଲପୁର ତହସିଲ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଆସିଥିଲା। ଉକ୍ତ ନିର୍ଦ୍ଦେଶନାମା ଅନୁଯାୟୀ ଗୁରୁବାର ସନ୍ଧ୍ୟାରେ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ କ୍ଷେତ୍ର ପରିଦର୍ଶନ କରିଥିଲେ। ଦିବ୍ୟାଙ୍ଗ ପରିବାରର ସ୍ଥିତି ସମୀକ୍ଷା କରି ଉଦ୍‌ବେଗ ପ୍ରକାଶ କରିଥିଲେ। ଉକ୍ତ ପରିବାରକୁ ତୁରନ୍ତ ଏକ ପଲିଥିନ ପ୍ରଦାନ କରିବା ସହ ଆର୍ଥତ୍କ ସହାୟତା ପ୍ରଦାନ କରିଥିବା ଜଣାପଡ଼ିଛି। ଏଥିସହ ଭୂମିହୀନ ଦିବ୍ୟାଙ୍ଗ ପରିବାରକୁ ମୋ ଘର ଡିହ ଯୋଜନାରେ ଏକ ବାସ ଉପଯୋଗୀ ଜମି ଯୋଗାଇ ଦିଆଯିବା ସହ ସରକାରୀ ଆବାସ ପ୍ରଦାନ ଦିଗରେ ବନ୍ଦୋବସ୍ତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। କ୍ଷେତ୍ର ପରିଦର୍ଶନ ସମୟରେ ତହସିଲ ସୁପର ଭାଇଜର ମହେଶ୍ୱର ସେଠୀ, ସାମନ୍ତରାପୁର ରାଜସ୍ବ ନିରୀକ୍ଷକ ନୃସିଂହ ଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?