ଦୋକାନ ଭଡ଼ା ବୃଦ୍ଧିକୁ ବିରୋଧ

ଅନୁଗୋଳ ଅଫିସ, ୨୬।୧୧ଅନୁଗୋଳ ପୌରପାଳିକାର ଦୋକାନ ଘର ବୃଦ୍ଧିକୁ ବିରୋଧ କରି ବ୍ୟବସାୟୀ ଓ ଅନୁଗୋଳ ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସହରରେ ଥିବା ପୌରପାଳିକାର ଦୋକାନ ଗୃହଗୁଡ଼ିର ଉପଯୁକ୍ତ ରକ୍ଷଣା ବେକ୍ଷଣା କରାଯାଇ ପାରୁନାହିଁ। ଏପରି କି ଘର ଗୁଡ଼ିକ ଭାଙ୍ଗିରୁଜି ଯାଇଥିଲେ ମଧ୍ୟ ମରାମତି ହେଉନାହିଁ। ଏଭଳି ସ୍ଥଳେ ଭଡ଼ା ବୃଦ୍ଧି କରାଯିବା ବ୍ୟବସାୟୀଙ୍କ ପାଇଁ ବୋଝ ଉପରେ ନଳିତାବିଡ଼ା ସଦୃଶ। ତେଣୁ ଦୋକାନ ଘର ଭଡ଼ା ୫ ଟଙ୍କାରୁ ୧୨ ଟଙ୍କା ବୃଦ୍ଧି ନ କରିବା ପାଇଁ ଅନୁଗୋଳ ନଗର ଭାଜପା ପକ୍ଷରୁ ଦାବି କରାଯାଇଛି।
ଦାବିପତ୍ରରେ ଦର୍ଶାଯାଇଛି ଯେ, ମାନ୍ଦାବସ୍ଥା ସହ ଦୋକାନ ଗୃହ ଗୁଡ଼ିକର ରକ୍ଷଣାବେକ୍ଷଣ ଅଭାବ ଓ ପରିମଳ ବ୍ୟବସ୍ଥା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ବହୁଦିନ ଧରି ଅଳିଆ ଓ ଆବର୍ଜନା ପଡ଼ିରହିଲେ ବି ପୌରପାଳିକା ପକ୍ଷରୁ ତାହା ଉଠାଯାଇ ପାରୁନାହିଁ। ଯଦି ସହରର ପରିମଳ ବ୍ୟବସ୍ଥାରେ ସୁଧାର ନ ଆସେ ଭାଜପା ଅନୁଗୋଳ ନଗର ମଣ୍ଡଳ ରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ। ଏହି ଦାବିପତ୍ର ପ୍ରଦାନ ସମୟରେ ଭାଜପା ନଗର ମଣ୍ଡଳ ସଭାପତି ନମିତା ଦଳବେହେରାଙ୍କ ସହ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ, ପ୍ରତିମା ମିଶ୍ର, ସୁଷମା ବେହେରା, ଦିଲେଶ୍ୱର ପ୍ରଧାନ, ଶ୍ୟାମସୁନ୍ଦର ପାଳଶର୍ମା, ଗଙ୍ଗାଧର ପଟ୍ଟନାୟକ, ଚିତ୍ତରଞ୍ଜନ ଦାସ, ମହମ୍ମଦ ସାବିର, ସରିତା ମିଶ୍ର, କାଳିଆ ବିଶ୍ୱାଳଙ୍କ ସମେତ ଅନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri