ଦୋକାନରେ ଚଢ଼ାଉ, ୨୭ କେଜି ପଲିଥିନ ଜବତ

ଭଞ୍ଜନଗର,୧୯।୬(ଡି.ଏନ.ଏ)-ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ତଥାପି ବେଧଡ଼କ ବହୁଳ ଭାବେ ଏହାର ବ୍ୟବହାର ଚାଲିଛି। ଭଞ୍ଜନଗର ସହରରେ ବହୁଳ ପଲିଥିନ ଓ ପ୍ଲାଷ୍ଟିକ୍‌ ବ୍ୟବହାର ହେଉଥିବାରୁ ପରିମଳ ବିପର୍ଯ୍ୟସ୍ତ ହେଉଛି। ଦୌନନ୍ଦିନ ସହରର ରାସ୍ତାକଡ଼ରେ କୁଢ଼ କୁଢ଼ ଏପରି ଆବର୍ଜନା ଦେଖିବାକୁ ମିଳୁଛି। ଏ ସମ୍ପର୍କିତ ଏକ ଖବର ସୋମବାର ଧରିତ୍ରୀରେ ପ୍ରକାଶ ପାଇଥିଲା। ପରେ ବିଭାଗୀୟ ତତ୍ପରତା ପ୍ରକାଶ ପାଇଥିଲା। ସୋମବାର ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ମଙ୍ଗଳବାର ବେଆଇନ ପଲିଥିନ ବ୍ୟବହାର ରୋକିବା ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇ ପ୍ରାୟ ୨୭ କେଜି ପଲିଥିନ ଜବତ ହୋଇଛି। ଏଥିସହ ଦୋକାନୀଙ୍କ ଉପରେ ଜରିମାନା ପକାଯାଇଛି। ତେବେ ପ୍ରଶାସନ ପଲିଥିନ ପ୍ରସ୍ତୁତ କରୁଥିବା କମ୍ପାନୀକୁ ଛାଡି ଛୋଟ ବଡ଼ ଦୋକାନରେ ଚଢ଼ାଉ କରୁଛି। କମ୍ପାନୀରେ ଚଢ଼ାଉ କରି ପଲିଥିନ ପ୍ରସ୍ତୁତ ବନ୍ଦ କରାଗଲେ ସମସ୍ୟା ଦୂର ହୋଇପାରନ୍ତା ବୋଲି ମତପ୍ରକାଶ ପାଉଛି।
ସୂଚନାଯୋଗ୍ୟ, ୫୦ ମାଇକ୍ରନରୁ କମ୍‌ ପଲିଥିନ ବ୍ୟବହାର ଉପରେ ସୁପ୍ରିମକୋର୍ଟ ପ୍ରତିବନ୍ଧକ ଲଗାଇଛନ୍ତି। ଏ ନେଇ ପଦକ୍ଷେପ ନେବାପାଇଁ ଗତବର୍ଷ ସୁପିମକୋର୍ଟଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଆସିଥିଲା। ଏହିକ୍ରମରେ ଗତବର୍ଷ ପଲିଥିନ ବ୍ୟବହାର ଉପରେ ଭଞ୍ଜନଗର ଏନଏସି ପକ୍ଷରୁ କଟକଣା ଜୋରଦାର କରାଯାଇଥିଲା। ତେଣୁ ପଲିଥିନ ଓ ପ୍ଲାଷ୍ଟିକ୍‌ ବ୍ୟବହାର ବହୁତ କମିଯାଇଥିଲା। ଲୋକେ କାଗଜ ଢ଼ୁଙ୍କା ବ୍ୟବହାର ଆରମ୍ଭ କରିଥିଲେ। କେତକ ସ୍ଥାନରେ କପଡ଼ା ବ୍ୟାଗ୍‌ ବ୍ୟବହାର ଆରମ୍ଭ ହୋଇଥିଲା। ପରେ ଏନଏସି ପ୍ରଶାସନ ପକ୍ଷରୁ ଚଢ଼ାଉ ଧିମା ହୋଇଯିବାରୁ ପୁଣି ବେନିୟମ ପଲିଥିନ ବ୍ୟବହାର ବଢ଼ିଯାଇଥିଲା। ଏ ନେଇ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପୁଣି ଚଢ଼ାଉ ହୋଇଛି। ଚଢ଼ାଉ ସମୟରେ ନିର୍ବାହୀ ଅଧିକାରୀ ଭଜରାମ ବିଶ୍ୱାଳ, ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri