ଦୋକାନୀଙ୍କୁ ତାଗିଦ୍‌, ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ବାଲେଶ୍ୱର ଜିଲାପାଳ

ବାଲେଶ୍ୱର ଅଫିସ, ୭।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଓ ଜନସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି କରାଯାଇଛି। ଅନେକ ସମୟରେ ଏଥିରେ ବ୍ୟତିକ୍ରମ ସହ ଏହାର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ତରଫରୁ ସାମାଜିକ ଦୂରତ୍ୱ ପାଇଁ ଜାରି ହୋଇଥିବା ଗାଇଡ଼ଲାଇନର କଡ଼ାକଡ଼ି ଅନୁପାଳନ ପାଇଁ ଆଦେଶନାମା ଜାରି କରାଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି ଯେ, ଗ୍ରସୋରି, ପନିପରିବା, କ୍ଷୀର, ଔଷଧ ସମେତ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନଗୁଡ଼ିକ କିଣାବିକା ସମୟରେ ଦୋକାନ ବାହାରେ ଓ ଭିତରେ ଗ୍ରାହକମାନଙ୍କ ମଧ୍ୟରେ ଯେପରି ସାମାଜିକ ଦୂରତା ବଜାୟ ରହେ ତାହା ସୁନିଶ୍ଚିତ କରିବେ। ଏହା ସମ୍ପୂର୍ଣ୍ଣ ଭାବେ ଦୋକାନୀମାନଙ୍କ ଦାୟିତ୍ୱ ବୋଲି ସ୍ପଷ୍ଟ କରାଯାଇଛି । ଦୋକାନ ମାଲିକ ଓ ବ୍ୟବସାୟୀମାନେ ଦୋକାନ ବାହାରେ ସ୍ଥାୟୀ ଗୋଲାକାର ଓ ବର୍ଗାକାର କ୍ଷେତ୍ର ଚିହ୍ନିତ କରିବା ସହିତ ସେଗୁଡ଼ିକ ମଧ୍ୟରେ ଯେପରି ୨ମିଟର ବ୍ୟବଧାନ ରହେ ସେଥିଲାଗି ବ୍ୟବସ୍ଥା କରିବେ ଏବଂ ଗ୍ରାହକମାନେ ଯେପରି ଧାଡ଼ିରେ ଆସନ୍ତି ସେ ଦିଗରେ ପଦକ୍ଷେପ ନେବେ। ଏହି ଆଦେଶର ଅବମାନନା କଲେ ସ୍ଥାନୀୟ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ, ପୌରାଞ୍ଚଳ ନିର୍ବାହୀ ଅଧିକାରୀ, ଏନଫୋର୍ସମେଣ୍ଟ ଟିମ୍‌ ଅଥବା ପୋଲିସ ଦ୍ୱାରା ଉକ୍ତ ଦୋକାନକୁ ବନ୍ଦ ବା ସିଲ୍‌ କରି ଦିଆଯିବ। ଦୋକାନ ସିଲ୍‌ କରାଯିବା ପରେ ଏ ସଂକ୍ରାନ୍ତରେ ଜିଲାପାଳଙ୍କୁ ଏକ ରିପୋର୍ଟ ପ୍ରଦାନ କରାଯାଇ ଖିଲାପକାରୀ ଦୋକାନ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରାଯିବ। ଜିଲା ପ୍ରଶାସନ ପକ୍ଷରୁ ଏନେଇ କଡ଼ା ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri