ଦୌଡ଼ରାଣୀ ଦୂତୀଙ୍କ ଖୁଦୁରୁକୁଣୀ ଓଷା:ଯୋଗଦେଲେ ଜିଲାପାଳ, ଏସ୍‌ପି, ବିଧାୟିକା, ସିନେତାରକା

ରସୁଲପୁର,୧୧।୯(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଚକଗୋପାଳପୁର ଗ୍ରାମ ମଙ୍ଗଳବାର ସନ୍ଧ୍ୟାରେ ଲୋକାରଣ୍ୟ ହୋଇ ଉଠିଥିଲା। ଅନ୍ତର୍ଜାତୀୟ ଧାବିକା ଦୌଡ଼ରାଣୀ ଦୂତୀ ଚାନ୍ଦ ଗାଁକୁ ଫେରି ଅନ୍ୟ ଝିଅଙ୍କ ସହ ମିଶି ରବିବାର ଖୁଦୁରୁକୁଣୀ ଓଷା ପାଳନ କରିଥିଲେ। ଦୂତିଙ୍କ ସହ ଓଷା କରିବାକୁ ନେଇ ଗାଁର ଯୁବତୀମାନେ ବିଶେଷ ଉତ୍ସାହିତ ଥିଲେ ା ମଙ୍ଗଳବାର ଶେଷ ଦିନରେ ପ୍ରଶାସକ, ନେତା, ସେଲିବ୍ରିଟିଙ୍କ ଗହଣରେ ବ୍ରତଧାରୀମାନେ ଖୁସି ମନାଇ ଥିଲେ। ଦର୍ଶକମାନେ ବି ଖୁବ୍‌ ଭିଡ ଜମାଇଥିଲେ। ବେଶି ଭିଡ଼ ଜମିଥିଲା ସିନେତାରକାଙ୍କୁ ଦେଖିବାକୁ ନେଇ। ସେମାନଙ୍କ ସହ କରମର୍ଦ୍ଦନ ଓ ସେଲ୍‌ଫି ନେବାକୁ ଝିଅମାନଙ୍କ ମଧ୍ୟରେ ଏକପ୍ରକାର ଅଘୋଷିତ ପ୍ରତିଯୋଗିତା ଦେଖାଯାଇଥିଲା। ଅତିଥିଙ୍କ ଉପସ୍ଥିତିରେ ସାଂସ୍କୃତିକ ମଞ୍ଚରୁ ନାଚ, ଗୀତ, ଅନୁଭବ, ଅନୁଭୂତି, ଅନୁଶାସନ ଭରା ମତାମତରେ ଦର୍ଶକ ବିଭୋର ହୋଇଉଠିଥିଲେ। ସମସ୍ତେ ଦୂତୀଙ୍କ ପ୍ରସଂଶାରେ ଶତମୁଖ ହୋଇଉଠିଥିଲେ। ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ, ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମୀନା, ବରୀ ବିଧାୟିକା ସୁନନ୍ଦା ଦାସ, ସିନେତାରକା ସବ୍ୟସାଚୀ ମିଶ୍ର ପ୍ରମୁଖ ଯୋଗଦେଇ ଗାଁର ବିଭିନ୍ନ ପୂଜାମଣ୍ଡପ ବୁଲି ଦେଖିଥିଲେ। ବିଭିନ୍ନ ପୂଜା ସ୍ଥାନ ବୁଲିବାପରେ ଅତିଥିମାନେ ମଞ୍ଚାସୀନ ହୋଇଥିଲେ। ଦୂତୀ ବାହିନୀପକ୍ଷରୁ ଅତିଥିମାନଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଦୂତୀ ନିଜର ଅଧ୍ୟାବସାୟ, କଠିନ ପରିଶ୍ରମ ବଳରେ ସଫଳତାର ଶୀର୍ଷକୁ ଛୁଇଁଛନ୍ତି। ମାତ୍ର ସେ ଜଣେ ସାଧାରଣ ଝିଅ ଭଳି ଗାଁର ଯୁବତୀଙ୍କ ସହ ମିଶି ଖୁଦୁରୁକୁଣୀ ଓଷା ପାଳନ କରି ମହାନତାର ନିର୍ଦଶନ ଦେଇଛନ୍ତି ା ତାଙ୍କ ଯୋଗୁ ଗୋପାଳପୁର ଗାଁ ଆଜି ସମଗ୍ର ବିଶ୍ୱ ଦରବାରରେ ପରିଚିତ ହୋଇପାରିଛି ବୋଲି ମତ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?