Posted inଖେଳ

ଦ୍ରୁତତମ ଓପନର ରୋହିତ

ରାଜକୋଟ,୧୭।୧- ଭାରତୀୟ ଓପନର ରୋହିତ ଶର୍ମା ଶୁକ୍ରବାର ଦ୍ରୁତତମ ଓପନର ଭାବେ ୭ ହଜାର ରନ୍‌ ପୂରଣ କରିଛନ୍ତି। ହାସିମ ଆମଲା, ସଚିନ ତେନ୍ଦୁଲକରଙ୍କ ଭଳି କିମ୍ବଦନ୍ତୀ ଓପନରଙ୍କୁ ପଛରେ ପକାଇ ରୋହିତ ଏହି ସଫଳତା ପାଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୨ ରନ୍‌ର ଇନିଂସ ଖେଳିବା ଅବସରରେ ସେ ଏହି ରେକର୍ଡ ଅଧିକାରୀ ହୋଇଛନ୍ତି। ରୋହିତ ୧୩୭ ଇନିଂସରେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଆମଲା। ଦକ୍ଷିଣ ଆଫ୍ରିକାର ପୂର୍ବତନ ଓପନର ୧୪୭ ଇନିଂସରେ ୭ ହଜାର ରନ୍‌ ପୂରଣ କରିଥିଲେ। ସେହିଭଳି ସଚିନଙ୍କୁ ୧୬୦ ଇନିଂସ ଲାଗିଥିଲା। ତେବେ ରୋହିତ ଦେଶର ଚତୁର୍ଥ ଓପନର ଭାବେ ଦିନିକିଆ କ୍ରିକେଟରେ ୭ ହଜାର ରନ୍‌ ପୂରଣ କରିଛନ୍ତି। ଏଥିରେ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ବୀରେନ୍ଦ୍ର ସେହ୍ବାଗ ରହିଛନ୍ତି। ରୋହିତ ମାତ୍ର ୪ ରନ୍‌ର ବ୍ୟବଧାନରେ ଆଉ ଏକ ମାଇଲଷ୍ଟୋନରେ ପହଞ୍ଚି ପାରି ନାହାନ୍ତି। ତାଙ୍କୁ ଦିନିକିଆ କ୍ରିକେଟରେ ୯ ହଜାର ରନ୍‌ ପୂରଣ କରିବା ଲାଗି ୪ ରନ୍‌ ଦରକାର। ସୂଚନାଯୋଗ୍ୟ, ରୋହିତ ଜଣେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଭାବେ କ୍ୟାରିୟରର ଆରମ୍ଭ କରିଥିଲେ। ୨୦୧୩ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରୋହିତଙ୍କୁ ଓପନିଂ କରିବାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri