Posted inଖେଳ

ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଉଦ୍‌ଯାପିତଇତୁରିଜାଗା ବୋନେଲି ଚାମ୍ପିୟନ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)-ଦ୍ୱାଦଶ ଅର୍ନ୍ତଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇତୁରିଜାଗା ବୋନେଲି ଏଡୁଆର୍ଡୋ (୮ ପଏଣ୍ଟ) ‘ଏ’ କାଟେଗୋରୀରେ ଚାମ୍ପିୟନ ହୋଇଛନ୍ତି। ତାଙ୍କୁ ଟ୍ରଫି ସହ ୨ ଲକ୍ଷ ଟଙ୍କା ପୁରସ୍କାର ଆକାରରେ ପ୍ରଦାନ କରାଯାଇଛି। ସମାନ ୮ ପଏଣ୍ଟ ପାଇଥିଲେ ହେଁ ୟୁକ୍ରେନ୍‌ ଗ୍ରାଣ୍ଡ ମାଷ୍ଟର ନେଭେରୋଭ ଭାଲେରି ରନର୍ସ ଅପ୍‌ରେ ସନ୍ତୁଷ୍ଟ ହୋଇ ଟ୍ରଫି ସହ ୧ ଲକ୍ଷ ଟଙ୍କା ଓ ଆର୍ମେନିଆର ତର-ସାହାକ୍ୟାନ୍‌ ସାମଭେଲ୍‌ ୩ୟ ସ୍ଥାନ ହାସଲ କରି ଟ୍ରଫି ସହ ନଗଦ ୮୦ ହଜାର ଟଙ୍କା ଅର୍ଥ ରାଶି ଲାଭ କରିଛନ୍ତି। ‘ସି’ କ୍ୟାଟେଗୋରୀରେ ଓଡ଼ିଶାର ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଓଡ଼ିଶାର ବିଶାଳ ପଟ୍ଟନାୟକ (୮.୫ ପଏଣ୍ଟ) ଚାମ୍ପିୟନ୍‌ ହୋଇଥିବା ବେଳେ ତାଙ୍କୁ ଟ୍ରଫି ସହ ନଗଦ ୬୦ ହଜାର ଟଙ୍କା ଅର୍ଥ ରାଶି ପୁରସ୍କାର ଆକାରରେ ପ୍ରଦାନ କରାଯାଇଛି। ସେହିପରି ମିରାକ୍‌ଲ ପଣ୍ଡା (୮) ରନର୍ସ ଅପ୍‌ ହୋଇ ଟ୍ରଫି ସହ ୪୦ ହଜାର ଟଙ୍କା ଓ ଦିଲ୍ଲୀର ସତ୍ୟମ୍‌ ପ୍ରକାଶ ତୃତୀୟ ସ୍ଥାନ ହାସଲ କରି ଟ୍ରଫି ସହ ୩୦ ହଜାର ଟଙ୍କା ଅର୍ଥ ରାଶି ପୁରସ୍କାର ପାଇଛନ୍ତି। ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ବାଣିଜ୍ୟ ଓ ପରିବହନ, ଯୋଜନା ଓ ସମନ୍ବୟ ବିଭାଗ ମନ୍ତ୍ରୀ ପଦ୍ମନାଭ ବେହେରା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‌ ବିଶ୍ୱବିଦ୍ୟାଳୟର କୁଳସଚିବ ଡ. ସସ୍ମିତାରାଣୀ ସାମନ୍ତ, ଟୁର୍ନାମେଣ୍ଟ ନିର୍ଦ୍ଦେଶକ ତଥା ସର୍ବଭାରତୀୟ ଚେସ୍‌ ଫେଡେରେଶନ୍‌ର ଉପସଭାପତି ଶେଖର ସାହୁ, ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏସନ୍‌ର ସମ୍ପାଦକ ଦେବବ୍ରତ ଭଟ୍ଟ ଏବଂ ଉପସଭାପତି ରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ମେ ୩୧ରୁ ଜୁନ୍‌ ୭ ପର୍ଯ୍ୟନ୍ତ ଚାଲିଥିବା ଏହି ଟୁର୍ନାମେଣ୍ଟରେ ୨୦ଟି ଦେଶରୁ ୧୦୦୦ରୁ ଊର୍ଦ୍ଧ୍ୱ ଗ୍ରାଣ୍ଡମାଷ୍ଟର, ଇଣ୍ଟରନ୍ୟାଶନାଲ ମାଷ୍ଟର, ମହିଳା ଗ୍ରାଣ୍ଡ ମାଷ୍ଟର ଏବଂ ମହିଳା ଇଣ୍ଟରନ୍ୟାଶନାଲ ମାଷ୍ଟର୍‌ ଯୋଗଦେଇଥିଲେ। ଏଥିରେ ବିଭିନ୍ନ ବର୍ଗରେ କୃତୀ ଖେଳାଳିମାନଙ୍କୁ ମୋଟ ୨୫ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଥିଲା। ସଫଳ ଖେଳାଳିମାନଙ୍କୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri