ଦ୍ୱାରଶୁଣି ଘାଟିରେ ବୋଲେରୋକୁ ପିଟିଲା ଟ୍ରକ୍‌: ୨ ବୋଲବମ୍‌ ଭକ୍ତ ମୃତ, ୭ ଆହତ

ବାରିପଦା ଅଫିସ/ ବାଙ୍ଗିରିପୋଷି୨୭।୭:(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣି ଘାଟିରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ବୋଲେରୋକୁ ଟ୍ରକ୍‌ ଧକ୍କା ଦେବା ଫଳରେ ୨ ବୋଲବମ୍‌ ଭକ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନ୍ୟ ୭ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ରଞ୍ଜିତ ରାମ ଏବଂ ଶିବୁ ସାହୁ।

ସୂଚନାନୁଯାୟୀ, ବାଙ୍ଗିରିପୋଷିରୁ ଉକ୍ତ ବୋଲେରୋରେ କେତେଜଣ ବୋଲବମ୍‌ ଭକ୍ତ ଗୁପ୍ତେଶ୍ୱର ଯାଉଥିଲେ। ବିଳମ୍ବିତ ରାତିରେ ବୋଲେରୋଟି ଘାଟି ଚଢ଼ୁଥିବା ବେଳେ ସାମ୍ନାପଟୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଟ୍ରକ୍‌ଟି ବୋଲେରୋକୁ ୧୦୦ ଫୁଟ ଦୂର ପର୍ଯ୍ୟନ୍ତ ଘୋଷାରି ନେଇଥିଲା। ପରେ ଉଭୟ ଟ୍ରକ ଏବଂ ବୋଲେରୋ ରାସ୍ତାର ୫୦ଫୁଟ୍‌ ତଳକୁ ଖସି ପଡ଼ିଥିଲେ। ଫଳରେ ଦୁଇଜଣ ବୋଲବମ୍‌ ଭକ୍ତଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ବାଙ୍ଗିରିପୋଷି ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ଆହତଙ୍କୁ ଉଦ୍ଧାର କରି ବାରିପଦାସ୍ଥିତ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

କିଏ ହେବେ ରାଜ୍ୟର ନୂଆ ଡିଜିପି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା

ଭୁବନେଶ୍ୱର,୧୨ା୮(ସୁନିତ୍‌ ମିଶ୍ର): ରାଜ୍ୟର ନୂଆ ଡିଜିପି କିଏ ହେବେ ତାହାକୁ ନେଇ ଏଯାଏଁ କିଛି ସ୍ପଷ୍ଟ ଚିତ୍ର ଆସିପାରି ନାହିଁ। ଇତିମଧ୍ୟରେ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୨।୮ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri