ଦ୍ୱାରଶୁଣୀ ଘାଟିରେ ୭୦ଫୁଟ ତଳକୁ ଖସିଲା ଟ୍ରକ: ଚାଳକ ମୃତ, ଖଲାସୀ ଗୁରୁତର

ବାଙ୍ଗିରିପୋଷି,୧୦ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣୀ ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ପିଆଜ ବୋଝେଇ ଟ୍ରକ ୭୦ ଫୁଟ ତଳକୁ ଖସିପଡ଼ିବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିତ୍ବା ବେଳେ ଖଲାସୀ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ଟ୍ରକ ମଧ୍ୟରେ ଚାପି ହୋଇ ରହିଥିବା ଚାଳକଙ୍କୁ ଉଦ୍ଧାର କରିବା ପରିବର୍ତ୍ତେ କେତେଜଣ ଲୋକ ମାନବିକତା ଭୁଲି ବିଛାଡି ହୋଇ ପଡ଼ିଥିତ୍ବା ପିଆଜ ବସ୍ତା ଲୁଟି ନେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ମହାରାଷ୍ଟ୍ରର ନାସିକରୁ କୋଲକାତା ଅଭିମୁଖେ ଯାଉଥିବା ବେଳେ ବାଙ୍ଗିରିପୋଷି ନିକଟସ୍ଥ ଦ୍ୱାରଶୁଣି ଘାଟି ରାସ୍ତାରେ ମଙ୍ଗଳବାର ରାତିରେ ଟ୍ରକଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଖବର ପାଇ ବାଙ୍ଗିରିପୋଷି ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ପ୍ରଥମେ ଗୁରୁତର ଆହତ ହୋଇଥିବା ଖଲାସୀଙ୍କୁ ଟ୍ରକ ମଧ୍ୟରୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ପରେ ପୋଲିସ ଚାଳକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଚାଳକଙ୍କ ପରିଚୟ ଜଣା ପଡ଼ି ନାହିଁ। ଏନେଇ ଥାନାରେ ଏକ ମାମଲା(ନଂ.୮୫/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri