Posted inଖେଳ

ଦ୍ୱିତୀୟ ଟି୨୦ ଖେଳିବେ ନାହିଁ ମିଚେଲ ଷ୍ଟାର୍କ

ଆଡିଲେଡ୍‌,୨୮।୧୦- ଆସନ୍ତା ୩୦ ତାରିଖରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି୨୦ ଖେଳାଯିବ। ଏହି ମ୍ୟାଚ୍‌ରେ ବାମହାତୀ ପେସର ମିଚେଲ ଷ୍ଟାର୍କ ଖେଳିବେ ନାହିଁ। ବୁଧବାର ତାଙ୍କ ଭାଇର ବିବାହ ଉତ୍ସବରେ ସେ ଯୋଗଦେବେ। ଷ୍ଟାର୍କଙ୍କ ଅନୁପସ୍ଥିତିରେ ବିଲି ଷ୍ଟାନଲେକ ଓ ସିନ ଆବଟଙ୍କ ମଧ୍ୟରେ ଜଣେ କେହି ପେସରଙ୍କୁ ଗାବାଠାରେ ଖେଳିବାକୁ ସୁଯୋଗ ମିଳିବ। ଉଭୟ ଆବଟ ଓ ଷ୍ଟାନଲେକ ଘରୋଇ ଦିନିକିଆ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ କରି ଦଳରେ ସ୍ଥାନ ପାଇଛନ୍ତି। ତେବେ ଷ୍ଟାନଲେକ ନିକଟରେ ଜାତୀୟ ଦଳ ପାଇଁ ଖେଳିଥିଲେ। ଅନ୍ୟପକ୍ଷରେ ଅନ୍ତିମ ଥର ୨୦୧୪ରେ ଅନ୍ତର୍ଜାତୀୟ ଦିନିକିଆ ଓ ଟି୨୦ ଖେଳିଥିବା ଆବଟଙ୍କୁ ପ୍ରାରମ୍ଭିକ ଦଳରେ ସାମିଲ କରାଯାଇ ନ ଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କୁ ଆହତ ଆଣ୍ଡ୍ୟୁ ଟାଇଙ୍କ ବଦଳରେ ନିଆଯାଇଛି। ଆଡିଲେଡ୍‌ଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଘରୋଇ ଅଷ୍ଟ୍ରେଲିଆ ଦଳ ୧୩୪ ରନ୍‌ର ବୃହତ୍‌ ବ୍ୟବଧାନରେ ଜିତି ନେଇଛି। ଆରୋନ ଫିଞ୍ଚଙ୍କ ଦଳ ଏବେ ଦ୍ୱିତୀୟ ମ୍ୟାଚ୍‌ ଜିତି ସିରିଜ୍‌କୁ ହାତେଇବା ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri