Posted inଖେଳ

ଦ୍ୱିତୀୟ ଟି୨୦: ଭାରତୀୟ ମହିଳା ୧୦ ଉଇକେଟରେ ବିଜୟୀ ଶେଫାଳି, ଦୀପ୍ତିଙ୍କ ଚମତ୍କାର ପ୍ରଦର୍ଶନ

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ)- ଅଫ୍‌ ସ୍ପିନର ଦୀପ୍ତି ଶର୍ମାଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୪-୦-୧୦-୪) ଓ ଟିନଏଜ ବ୍ୟାଟିଂ ସେନସେସନ ଶେଫାଳି ବର୍ମାଙ୍କ ଅପରାଜିତ ଅର୍ଦ୍ଧଶତକ (୬୯ରନ, ୪୪ ବଲ, ୧୦ ଚୌକା, ୨ ଛକା) ବଳରେ ଭାରତୀୟ ମହିଳା ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ୫୭ଟି ବଲ ବାକି ରଖି ୧୦ ଉଇକେଟରେ ବିଜୟ ହାସଲ କରିଛି। ରବିବାର ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମୁକାବିଲାରେ ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୦୩ ରନ ସଂଗ୍ରହ କରିଥିଲା। ଜବାବରେ ବ୍ୟାଟିଂ ଆରମ୍ଭ କରି ଭାରତ ୧୦.୩ ଓଭରରେ କୌଣସି ଉଇକେଟ ନ ହରାଇ ଅତି ସହଜରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରି ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୨-୦ରେ ଅଗ୍ରଣୀ ହାସଲ କରିଛି। ପ୍ରଥମ ଟି୨୦ରେ ୧୫ ବର୍ଷୀୟା ଶେଫାଳି ୪୯ ବଲରୁ ୭୩ ରନର ଅର୍ଦ୍ଧଶତକୀୟ ପାଳି ଖେଳି ରେକର୍ଡ କରିଥିଲେ। ସେ ଦେଶର ସର୍ବକନିଷ୍ଠ ଖେଳାଳିଭାବେ ଅନ୍ତର୍ଜାତୀୟ କ୍ରିକେଟର ଅର୍ଦ୍ଧଶତକ ହାସଲ କରି କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଥିଲେ। ଏଥିସହିତ ଶେଫାଳି କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ଅର୍ଜନ କରି ମ୍ୟାଚ୍‌ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ତେବେ ଦୀପ୍ତି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୦୪ ରନର ଛୋଟିଆ ବିଜୟ ଲକ୍ଷ୍ୟର ପିଛା କରି ଭାରତ ବିନା ଅସୁବିଧାରେ ବିଜୟୀ ହୋଇଥିଲା। ଓପନିଂ କରିବାକୁ ଆସିଥିବା ଶେଫାଳି ମାତ୍ର ୩୫ଟି ବଲର ସମ୍ମୁଖୀନ ହୋଇ ୧୦ ଚୌକା ଓ ୨ ଛକା ସହ ୬୯ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଅପରାଜିତ ରହିଥିଲେ। ସେହିପରି ଅନ୍ୟତମ ଓପନର ସ୍ମୃତି ମନ୍ଧାନା ୨୮ଟି ବଲ୍‌ ଖେଳି ୪ ଚୌକା ସହ ୩୦ ରନ କରି ଅପରାଜିତ ରହିଥିଲେ। ଓପିନଂ ଯୋଡିରେ ଏହି ଦୁଇ ଓପନର ୧୦୪ ରନ ସଂଗ୍ରହ କରି ନେଇଥିଲେ।
ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ ନିୟମିତ ବ୍ୟବଧାନରେ ଉଇକେଟ ହରାଇବା ସହ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଦୀପ୍ତି ଶର୍ମା ଓ ଅନ୍ୟ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ପାରି ନ ଥିଲେ ଓ୍ବେଷ୍ଟଇଣ୍ଡିଜ୍‌ ମହିଳା ବ୍ୟାଟ୍ସମ୍ୟାନ। ଦଳ ତରଫରୁ ଚେଡିନ ନେସନ ୩୨, ଓପନର ହେଲି ମାଥ୍ୟୁସ୍‌ ୨୩, ନାତାଶା ମ୍ୟାକଲିନ୍‌ ୧୭ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଭାରତ ପକ୍ଷରୁ ଦୀପ୍ତି ସର୍ବାଧିକ ୪, ଶିଖା ପାଣ୍ଡେ, ରାଧା ଯାଦବ ଓ ପୂଜା ବସ୍ତ୍ରକାର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୧୦୩/୭
(ନେଶନ- ୩୨, ମାଥ୍ୟୁସ- ୨୩, ମ୍ୟାକେଲିନ- ୧୭, ଦୀପ୍ତି- ୪/୧୦, ଶିଖା- ୧/୧୮, ରାଧା- ୧/୨୦, ବସ୍ତ୍ରକାର- ୧/୨୩)।
ଭାରତ ୧୦.୩ ଓଭରରେ ୧୦୪/୦
(ଶେଫାଳି- ୬୯, ମନ୍ଧାନା- ୩୦)।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri