Posted inଖେଳ

ଦ୍ୱିତୀୟ ଟେଷ୍ଟ: ଆବିଦ୍‌, ମାସୁଦଙ୍କ ଶତକ; ପାକିସ୍ତାନର ଆଧିପତ୍ୟ

କରାଚୀ,୨୧।୧୨- ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପାକିସ୍ତାନ ଦ୍ୱିତୀୟ ଇନିଂସରେ ଦୁଇ ଓପନର ସାନ୍‌ ମାସୁଦ ଓ ଆବିଦ୍‌ ଅଲିଙ୍କ ବୃହତ୍‌ ଶତକ ସହ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ସ୍ଥତି ଦୃଢ କରିଛି। ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୫୭/୦ରୁ ଖେଳ ଆରମ୍ଭ କରି ଶନିବାର ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ୧୦୪ ଓଭରରେ ୨ ଉଇକେଟ ହରାଇ ୩୯୫ ରନ ସଂଗ୍ରହ କରି ମୋଟ ଉପରେ ୩୧୫ ରନର ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଅଧିନାୟକ ଅଝାର ଅଲି ୫୭ ଓ ବାବର ଆଜମ ୨୨ ରନ କରି ଅପରାଜିତ ରହିଛନ୍ତି। ମାସୁଦ ୧୩୫ ଓ ଆବିଦ ୧୭୪ ରନର ଶତକୀୟ ପାଳି ଖେଳି ଦ୍ରୁତ ବୋଲର ଲାହିରୁ କୁମାରାଙ୍କ ଦ୍ୱାର ଆଉଟ ହୋଇଛନ୍ତି। ଏଥିସହିତ ଆବିଦ କ୍ୟାରିୟରର ପ୍ରଥମ ଦୁଇଟି ଟେଷ୍ଟରେ ଶତକ ହାସଲ କରି ରେକର୍ଡ ଅର୍ଜନ କରିଛନ୍ତି।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ: ୫୯.୩ ଓଭରରେ ୧୯୧ ଅଲଆଉଟ।
ଶ୍ରୀଲଙ୍କା ପ୍ରଥମ ଇନିଂସ: ୮୫.୫ ଓଭରରେ ୨୭୧ ଅଲଆଉଟ।
ପାକିସ୍ତାନ ଦ୍ୱିତୀୟ ଇନିଂସ: ୧୦୪ ଓଭରରେ ୩୯୫/୨
(ମାସୁଦ- ୧୩୫, ଆବିଦ- ୧୭୪, ଆଝାର- ୫୭*, ବାବର- ୨୨* , କୁମାରା- ୨/୮୮)।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri