Posted inଖେଳ

ଦ୍ୱିତୀୟ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ଶତକ

ଆଡିଲେଡ, ୨୯।୧୧(ଏଏଫ୍‌ପି)- ସ୍ଥାନୀୟ ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ପାକିସ୍ତାନ ମଧ୍ୟରେ ଶୁକ୍ରବାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୫ ରନରେ ବିଜୟ ହାସଲ କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଦମ୍‌ଦାର ଆରମ୍ଭ କରିଛି। ଓପନର ଡେଭିଡ ଓ୍ବାର୍ନର ଓ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସ୍କାନଙ୍କ ଶତକ ସହାୟତାରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ବୃହତ୍‌ ସ୍କୋର ହାସଲ କରିବାର ସମ୍ଭବନା ସୃଷ୍ଟି କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୭୩ ଓଭରରେ ମାତ୍ର ଗୋଟିଏ ଉଇକେଟ ହରାଇ ୩୦୨ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଅଭିଜ୍ଞ ଓ୍ବାର୍ନର ୧୬୬ ଓ ଲାବୁସ୍କାନ ୧୨୬ ରନର ଶତକୀୟ ପାଳି ଖେଳି ଅପରାଜିତ ରହିଛନ୍ତି। ଓପନର ଜୋ ବନର୍‌ସ ୪ ରନ କରିଥିବା ବେଳେ ଦ୍ରୁତ ଶାହିନ ଶାହ ଆଫ୍ରିଦିଙ୍କ ବଲରେ ଉଇକେଟକିପର ମହମ୍ମଦ ରିଜଓ୍ବାନଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ଏହା ପରେ ଦ୍ୱିତୀୟ ଉଇକେଟରେ ଓ୍ବାର୍ନର ଓ ଲାବୁସ୍କାନ ରେକର୍ଡ ଅପରାଜିତ ୨୯୪ ରନ ସଂଗ୍ରହ କରି ଭ୍ରମଣକାରୀ ବୋଲରଙ୍କୁ ନିରାଶ କରିଥିଲେ।
ଓ୍ବାର୍ନର ୨୨୮ଟି ବଲର ସମ୍ମୁଖୀନ ହୋଇ ୧୯ଟି ଚୌକା ମାରିଛନ୍ତି। ସେହିପରି ଲାବୁସ୍କାନ ୨୦୫ଟି ବଲର ସମ୍ମୁଖୀନ ହୋଇ ୧୭ଟି ଚୌକା ମାରିଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନ କ୍ରମାଗତ ଶତକ ହାସଲ କରିଛନ୍ତି। ଓ୍ବାର୍ନର କ୍ରମାଗତ ଦୁଇଥର ୧୫୦ରୁ ଊର୍ଦ୍ଧ ରନ ସଂଗ୍ରହ କରି ରେକର୍ଡ କରିଛନ୍ତି। ଏଥିସହିତ ଓ୍ବାର୍ନର ୨୩ତମ ଟେଷ୍ଟ ଶତକ ଅର୍ଜନ କରିଛନ୍ତି। ସେହିପରି ଲାବୁସ୍କାନ ଦ୍ୱିତୀୟ ଟେଷ୍ଟ ଶତକ ଅର୍ଜନ କରିଛନ୍ତି। ଗାବାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ଲାବୁସ୍କାନ ୧୮୫ ଓ ଓ୍ବାର୍ନର ୧୫୪ ରନର ଶତକୀୟ ପାଳି ଖେଳିଥିଲେ।
ସଂକ୍ଷିପ୍ତ ସ୍କୋର:
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ- ୭୩ ଓଭରରେ ୩୦୨/୧
(ଡେଭିଡ ଓ୍ବାର୍ନର- ୧୬୬ *, ମାର୍ନସ ଲାବୁସ୍କାନ- ୧୨୬ *, ଶାହିନ ଶାହ ଆଫ୍ରିଦି- ୧/ ୪୮)।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri