Posted inଖେଳ

ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ୧୪୪/୬

କଲମ୍ବୋ, ୨୪।୮(ଏଏଫ୍‌ପି)- ସ୍ଥାନୀୟ ପି. ସାର ଓଭାଲ ଗ୍ରାଉଣ୍ଡରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନ ପ୍ରଥମ ଦିବସ ଭଳି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଶ୍ରୀଲଙ୍କା ୬୬ ଓଭରରେ ୬ ଉଇକେଟ ହରାଇ ୧୬୬ ରନ ସଂଗ୍ରହ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଧନଞ୍ଜୟ ଡିସିଲଭା ୩୨ ଓ ଦିଲରୁଓ୍ବାନ ପେରେରା ୫ ରନ କରି ଅପରାଜିତ ରହିଛନ୍ତି। ବର୍ଷା କାରଣରୁ ପ୍ରଥମ ଦିନରେ ୩୬.୩ ଓଭର ଖେଳ ସମ୍ଭବପର ହୋଇଥିଲା। ସେହିପରି ଶୁକ୍ରବାର ଦ୍ୱିତୀୟ ଦିନରେ ୩୫.୩ ଓଭର ଖେଳ ସମ୍ଭବ ହୋଇଥିଲା।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୮୫/୨ରୁ ଶ୍ରୀଲଙ୍କା ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ତଥା ଓପନର ଦିମୁଥ କରୁଣାରତ୍ନେ ୪୯ରୁ ଖେଳ ଆରମ୍ଭ କରି ୬୫ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ ବିନା ସ୍କୋରରୁ ଖେଳ ଆରମ୍ଭ କରି ମାତ୍ର ୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଉଇକେଟକିପର ବ୍ୟାଟ୍ସମ୍ୟାନ କୁଶଲ ପେରେରା ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ଏହାପରେ ନିରୋଶାନ ଡିକ୍‌ଓ୍ବାଲେ ମଧ୍ୟ କୌଣସି ରନ ନ କରି ପ୍ୟାଭିଲିୟନ ଫେରିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଟ୍ରେଣ୍ଟ ବୋଲ୍ଟ ଓ ଟିମ୍‌ ସୌଦି ୨ଟି ଲେଖାଏ ଏବଂ କଲିନ ଡି ଗ୍ରାଣ୍ଡହୋମ ଓ ଓ୍ବିଲିୟମ ସମରଭିଲେ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଗୁରୁବାର ପ୍ରଥମ ଦିନରେ ଓପନର ଲାହିରୁ ଥିରିମାନେ ୨ ଓ କୁଶଲ ମେଣ୍ଡିସ୍‌ ୩୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଦୁଇ ମ୍ୟାଚ୍‌ବିଶିଷ୍ଟ ଏହି ଟେଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଶ୍ରୀଲଙ୍କା ୬ ଉଇକେଟରେ ବିଜୟୀ ହୋଇଥିଲା ଓ ୧-୦ରେ ଅଗ୍ରଣୀ ହାସଲ କରିଥିଲା।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ପ୍ରଥମ ଇନିଂସ- ୬୬ ଓଭରରେ ୧୪୪/୬
(କରୁଣାରତ୍ନେ- ୬୫, ମେଣ୍ଡିସ- ୩୨, ଡିସିଲଭା- ୩୨*, ପେରେରା- ୫*, ବୋଲ୍ଟ- ୨/୩୩, ସୌଦି- ୨/୪୦, ଗ୍ରାଣ୍ଡହୋମ- ୧/୩୫, ସମରଭିଲେ- ୧/୨୦)।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri