ଦ୍ୱିତୀୟ ଦିନରେ ବି ଖୋଲିଲାନି ତାଲା, ଗଛ ମୂଳେ ପାଠ ପଢିଲେ ଛାତ୍ରୀଛାତ୍ର

ତଳଗାଁ,୨୫।୭(ଡି.ଏନ.ଏ) ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗଣ୍ଡାପାଜୁ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସୁଶାନ୍ତ କୁମାର ବେହେରାଙ୍କୁ ଅନ୍ୟତ୍ର ବଦଳି ପ୍ରତିବାଦରେ ଅଭିଭାବକମାନେ ସ୍କୁଲରେ ପକାଇଥିବା ତାଲା ବନ୍ଦ ଆନ୍ଦୋଳନ ବୁଧବାର ଦ୍ୱିତୀୟ ଦିବସରେ ପହଞ୍ଚିଛି । ଛାତ୍ରୀଛାତ୍ର ସ୍କୁଲକୁ ଆସିଥିବାବେଳେ ତାଲା ଖୋଲାଯାଇ ନ ଥିବାରୁ ଗଛମୂଳରେ ବସିପାଠ ପଢିଥିବା ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ, ବିଜ୍ଞାନ ଶିକ୍ଷକ ସୁଶାନ୍ତ କୁମାର ବେହେରାଙ୍କୁ ଅନ୍ୟତ୍ର ବଦଳି ହୋଇଥିବା ବେଳେ ତାଙ୍କ ସ୍ଥାନରେ ରାଧାନଗର ବିଦ୍ୟାଳୟର ଶିକ୍ଷୟିତ୍ରୀ ମମତା ମଙ୍ଗରାଜଙ୍କୁ ଗଣ୍ଡାାଜୁ ସ୍କୁଲକୁ ବଦଳି ହୋଇଛି । ଗତ ସୋମବାର ବଦଳି ଆଦେଶ ଅନୁସାରେ ଶିକ୍ଷୟିତ୍ରୀ ମଙ୍ଗରାଜ ଗଣ୍ଡାପାଜୁ ବିଦ୍ୟାଳୟରେ ଯୋଗ ଦେବାକୁ ଯାଇଥିଲେ । କିନ୍ତୁ ଅଭିଭାବକ ଓ ବିଦ୍ୟାଳୟ କମିଟି ଶିକ୍ଷକ ବେହରାଙ୍କୁ ପୁନଃ ନିଯୁକ୍ତି ଦାବି କରି ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ ା ପୁନର୍ବାର ମଙ୍ଗଳବାର ବିଦ୍ୟାଳୟକୁ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ଓ ବଦଳି ହୋଇ ଆସିଥିବା ଶିକ୍ଷୟିତ୍ରୀ ପହଞ୍ଚିଥିଲେ । କିନ୍ତୁ ଅଭିଭାବକ ଓ ବିଦ୍ୟାଳୟ କମିଟି ବିରୋଧ କରି ବିଦ୍ୟାଳୟ ଫାଟକ ଆଗରେ ବସି ରହିଥିଲେ । ବିଦ୍ୟାଳୟ କମିଟିକୁ ବୁଝାଶୁଝା କରିବା ପାଇଁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧିରେନ୍ଦ୍ର ବେହେରା ପହଞ୍ଚିଥିଲେ ମଧ୍ୟ କୌଣସି ସମାଧାନ ହୋଇପାରି ନ ଥିଲା । ଏପଟେ ଶିକ୍ଷୟିତ୍ରୀ ଶିକ୍ଷକ ମାନେ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ନିକଟସ୍ଥ ଗଛମୂଳରେ ଶିକ୍ଷାଦାନ କରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri