Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଟଙ୍କାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଏଥିରେ ପ୍ରବାସୀ ଶ୍ରମିକ ଏବଂ ସହରାଞ୍ଚଳର ଗରିବ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଭଡାଗୃହ ଯୋଜନା ଆରମ୍ଭ କରାଯିବ। ଓ୍ବାନ ନେଶନ ଓ୍ବାନ ରାଶନ କାର୍ଡ ଯୋଜନା ପ୍ରତି ରାଜ୍ୟରେ ଲାଗୁ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ପ୍ରବାସୀ ଯେଉଁଠି ଥିଲେ ମଧ୍ୟ ଏହି ରାଶନ କାର୍ଡ ବ୍ୟବହାର କରିପାରିବେ। ଯେଉଁମାନଙ୍କ ପାଖରେ କାର୍ଡ ନ ଥିବ ସେମାନଙ୍କୁ ୫ କିଲୋଗ୍ରାମ ଗହମ, ଚାଉଳ ଓ ଏକ କିଲୋଗ୍ରାମ ଡାଲି ଯୋଗାଇ ଦିଆଯିବ। ଏହାଦ୍ୱାରା ପ୍ରାୟ ୮ କୋଟି ପ୍ରବାସୀ ଉପକୃତ ହେବେ। ଏଥିପାଇଁ ୩,୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଯେଉଁଠାରେ ଶ୍ରମିକମାନେ ବିପଜ୍ଜନକ ସ୍ଥାନରେ କାର୍ଯ୍ୟ କରୁଛନ୍ତି ସେମାନେ ଇଏସ୍‌ଆଇ କରିବାକୁ ବାଧ୍ୟ। ମହିଳାମାନେ ରାତିରେ କାମ କରୁଥିଲେ ସେମାନଙ୍କ ପାଇଁ ସେପ୍ଟି ଗାର୍ଡ ସୁବିଧା ଯୋଗାଇ ଦିଆଯିବ। ଲୋକମାନଙ୍କୁ କୌଣସି ଏଜେନ୍ସି ନୁହେଁ ବରଂ ସିଧାସଳଖ କାମ ଯୋଗାଇ ଦିଆଯିବ। ଯାହାଫଳରେ ଶ୍ରମିକମାନେ ଲାଭ ପାଇବେ। ନିଜ ରାଜ୍ୟକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ମନରେଗା ସାହାଯ୍ୟରେ କାମ ଦିଆଯିବ। ଏଥିପାଇଁ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ଶ୍ରମିକମାନଙ୍କର ହାରାହାରି ବେତନ ୨୦୨ ଟଙ୍କାକୁ ବୃଦ୍ଧି କରାଯାଇଛି। ତାଙ୍କର କାର୍ଯ୍ୟ ସମୟ ମଧ୍ୟ ବୃଦ୍ଧି କରାଯାଇଛି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ। ସୂଚନାଯୋଗ୍ୟ, ଏହାର ପ୍ରଥମ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ବୁଧବାର ଅର୍ଥମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ବେଳେ ଏଥିରେ କ୍ଷୁଦ୍ର ଉଦ୍ୟୋଗକୁ ବଡ ଆଶ୍ୱସନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri