ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି। ରବିବାର ରଥର ଅଖ ଓ ଚକ କାର୍ଯ୍ୟ ଆରମ୍ଭ ହୋଇଛି। ବର୍ତ୍ତମାନ କରୋନା ମହାମାରୀଙ୍କୁ ନେଇ ଲକ୍‌ଡାଉନ କାରଣରୁ ଅନୁକୂଳ କାର୍ଯ୍ୟକ୍ରମ ଓ ଏହା ସହିତ ଜଡ଼ିତ ଅନ୍ୟାନ୍ୟ ସମସ୍ତ ରୀତିନୀତି ଶ୍ରୀ ଜୀଉଙ୍କ ମନ୍ଦିର ବେଢ଼ା ଭିତରେ ହୋଇଥିଲା। ଦେବୋତ୍ତର ବିଭାଗ ଓ ମନ୍ଦିର ସେବାୟତମାନଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ୩ ରଥ ନିମନ୍ତେ ରଥ ମହାପାତ୍ରଙ୍କ ଦ୍ୱାରା ନିର୍ମିତ ଅଖ ଗୁଡ଼ିକ ମନ୍ଦିରର ଦକ୍ଷିଣ ଦ୍ୱାର ଦେଇ ଭିତରକୁ ନିଆଯାଇଥିଲା। ଏହା ପରେ ମନ୍ଦିରରେ ମହାପ୍ରଭୁଙ୍କ ନିକଟରେ ସନ୍ଧ୍ୟା ଆଳତୀ କରାଯାଇଥିଲା। ସନ୍ଧ୍ୟା ଆଳତୀ ପରେ ମୁଖ୍ୟ ସେବାୟତ ମହାପ୍ରଭୁ ବାସୁଦେବଙ୍କ ସହ ଆସି ପହଞ୍ଚିବା ପରେ ଅଖକୁ ପୂର୍ଜାଚ୍ଚନା କରାଯାଇଥିଲା। ଏହା ସହିତ ରବିବାରଠାରୁ ମହାପ୍ରଭୁଙ୍କ ୨୧ ଦିନିଆ ଚନ୍ଦନଯାତ୍ରା ଆରମ୍ଭ ହୋଇଥିଲା। ଚନ୍ଦନଯାତ୍ରାର ଶେଷ ୩ ଦିନ ହେମସାଗର ପୋଖରୀଠାରେ ଚାପଖେଳ ହେଉଥିବା ବେଳେ ମଦନମୋହନ ମନ୍ଦିର ବାହାରକୁ ଆସିବେ ନାହିଁ ବୋଲି ମୁଖ୍ୟ ପୂଜକ ଅରୁଣ କୁମାର ମିଶ୍ର କହିଛନ୍ତି। ପୋଖରୀ ଅବସ୍ଥା ଭଲ ନ ଥିବା ଓ ୩ ତାରିଖ ପରେ ଚାପ ଖେଳିବା ପାଇଁ ଯଦି ପ୍ରଶାସନ ଅନୁମତି ଦିଅନ୍ତି ତେବେ ପୋଖରୀରେ ଚାପ ଖେଳ କରାଯିବ ବୋଲି ସେ କହିଛନ୍ତି। ସାମାଜିକ ଦୂରତ୍ୱ ରକ୍ଷା କରି ପୂର୍ଜାଚ୍ଚନା କରାଯାଉଥିବା ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri