ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ

କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି। କଣାସଠାରେ ଦୟାନଦୀର ବିପଦ ସଙ୍କେତ ୩.୯୯ମିଟର ଥିବାବେଳେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫.୨୨ମିଟର ଜଳ ପ୍ରବାହିତ ହେଉଛି। ଫଳରେ ଏହି ଦୁଇ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହୋଇଛି। ଦୟା ଓ ଲୁଣାନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ତ୍ରିଲୋଚନପୁର, କଣାସ, ସିରେଇ, ବିଜିପୁର, ଅଣ୍ଡାରସିଂହ, ନନ୍ଦିଗୋଦା, ଗଡସାହି, ଖଣ୍ଡହତା, ଜାମଳଗୋଦା, ଆଳିବାଡ, ଗଡିଶାଗୋଦା ଗ୍ରାମପଞ୍ଚାୟତର ଲୋକମାନେ ଆତଙ୍କିତ ହୋଇପଡିଛନ୍ତି। ମାଧିପୁର କାଜରୁ ବନ୍ୟାଜଳ ନିଷ୍କାସିତ ହୋଇ ଏହି ଅଞ୍ଚଳରେ ମାସ ମାସ ଧରି ଜମିରହି ବିଭିନ୍ନ ସମସ୍ୟା ସୃଷ୍ଟି କରିବ। କଣାସ-ଗୋଳବାଇ ରାସ୍ତାର ଦୋକନ୍ଦା ନିକଟରେ ୩ଫୁଟ ଉଚ୍ଚର ପାଣି ପ୍ରଭାବିତ ହେଉଥିବାରୁ ଯାତାୟତ ବନ୍ଦ ରହିଛି। ଦୋକନ୍ଦା, ବାଲିପାଟଣା, ତରପଡା, ବଡାସ, ବୈଦ୍ୟନାଥପାଟଣା ଗାଁ ଦାଣ୍ଡରେ ବନ୍ୟା ପାଣି ଜମିଛି। କଣାସ ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ମକରା ବେହେରା କଣାସଠାରେ ଉପସ୍ଥିତ ରହି ନଦୀବନ୍ଦର ସୁରକ୍ଷା ଦିଗରେ ଧ୍ୟାନ ଦେଉଛନ୍ତି। ଚାଷ ଜମିଗୁଡିକରେ ବନ୍ୟାଜଳ ଜମିରହି ଲହଡା ଭାଙ୍ଗୁଛି। ପାଣିରେ ଧାନଗଛ ବୁଡିଯିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ପ୍ରଶାସନ ପକ୍ଷରୁ କୌଣସି ଅଧିକାରୀ ପହଞ୍ଚତ୍ ନ ଥିବାରୁ ଲୋକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ବନ୍ଧର ସୁରକ୍ଷା ପାଇଁ ବାଲି ବସ୍ତା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri