ଧନଞ୍ଜୟନ୍‌ ଦମ୍ପତିଙ୍କୁ ‘ଭରତମୁନୀ ସମ୍ମାନ’

ଭୁବନେଶ୍ୱର, ,୧୭ା୧୨(ବ୍ୟୁରୋ): ଏକାଦଶ ଭରତମୁନୀ ମହୋତ୍ସବ ସୋମବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟଅତିଥି ଭାବେ ଯୋଗଦେଇ ନାଟ୍ୟଶାସ୍ତ୍ର ପ୍ରଣେତା ଭରତମୁନୀଙ୍କ ଅବଦାନରେ ଗାନ୍ଧର୍ବ କଳା ବିଶ୍ୱମୁଖୀ ହୋଇଛି ବୋଲି ମତବ୍ୟକ୍ତ କରିଛନ୍ତି। ଏଥିରେ ଉଚ୍ଚଶିକ୍ଷା ଓ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଏବଂ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ବିଶିଷ୍ଟ ଭାରତନାଟ୍ୟମ୍‌ ନୃତ୍ୟଗୁରୁ ପଦ୍ମବିଭୂଷଣ ଧନଞ୍ଜୟନ୍‌ ଦମ୍ପତିିଙ୍କୁ ‘ଏକାଦଶ ଭରତମୁନୀ’ ସମ୍ମାନ ପ୍ରଦାନ କରାଯାଇଥିଲା। ଅସୁସ୍ଥତା ହେତୁ ଧନଞ୍ଜୟନ୍‌ଙ୍କ ଏହି ମର୍ଯ୍ୟାଦାଜନକ ସମ୍ମାନକୁ ତାଙ୍କ ସୁକନ୍ୟା ଦିବ୍ୟାଧରନ୍‌ ଧନଞ୍ଜୟନ୍‌ ଗ୍ରହଣ କରିଥିଲେ। ପ୍ରାରମ୍ଭରେ ଅନୁଷ୍ଠାନର ଅଧ୍ୟକ୍ଷ ଅବସର ବେଉରିଆ ସ୍ବାଗତଭାଷଣ ଦେଇଥିବାବେଳେ ଟ୍ରଷ୍ଟି ପୁଷ୍ପିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ଡ. ମୃତ୍ୟୁଞ୍ଜୟ ରଥଙ୍କ ସଂଯୋଜନା ଏବଂ ଅଂଶୁମାନ୍‌ ମିଶ୍ରଙ୍କ ପରିଚାଳନାରେ ପ୍ରସ୍ତୁତ ସନ୍ଧ୍ୟାରେ ପ୍ରଥମ ପରିବେଷଣ ଥିଲା ‘ନୃତ୍ୟଶାଳା’ ଅନୁଷ୍ଠାନର ଦଳଗତ ଉପସ୍ଥାପନା ‘ସରସ୍ବତୀ ବନ୍ଦନା’। ପରେ ପରେ ନୃତ୍ୟାଭିନୟ ‘ବର୍ଷା, ବସନ୍ତ ଓ ବୈଶାଖ’ ପରିବେଷିତ ହୋଇଥିଲା। ଏହାପରେ ଗୁରୁ ଅଶୋକ କୁମାର ଘୋଷାଲ ଓ ବନ୍ଦିତା ଘୋଷାଲଙ୍କ ମନଛୁଆଁ ପରିବେଷଣ ପରେ ବିଶିଷ୍ଟ କଥାକଳି ଶିଳ୍ପୀ ରଣଜିଶ୍‌ ନାୟାର ‘ଦୁର୍ଯ୍ୟୋଧନ ବଧନ୍‌’ ପରିବେଷଣ କରିଥିଲେ। ଅନ୍ତିମ ଚରଣରେ ଭାରତନାଟ୍ୟମ୍‌ ନୃତ୍ୟାଙ୍ଗନା ଦିବ୍ୟାଧରନ୍‌ ଧନଞ୍ଜୟନ୍‌ ଶାସ୍ତ୍ରୀୟ ନୃତ୍ୟରେ ଦର୍ଶକଙ୍କୁ ବାନ୍ଧି ରଖିଥିଲେ। ଏହି ଅବସରରେ କଳିଙ୍ଗାୟନ ତୋର୍ଯ୍ୟତ୍ରିକମ୍‌ର ବାର୍ଷିକ ମୁଖପତ୍ରକୁ ଅତିଥିମାନେ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri